ବିପଜ୍ଜନକ ଅବସ୍ଥାରେ ଶଙ୍ଖଚିଲା ଏଟିଏମ୍‌

ଯାଜପୁର ରୋଡ,୩ା୪(ଡି.ଏନ.ଏ.): ଯାଜପୁର ରୋଡ୍‌ ଷ୍ଟେଟ ବ୍ୟାଙ୍କ ଅଧୀନରେ ଥିବା ଏଟିଏମ୍‌ଗୁଡିକରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। କେଉଁଠି ଶୀତତାପ ନିୟନ୍ତ୍ରଣ ବ୍ୟବସ୍ଥା କାମ କରୁନି ଆଉ କେଉଁଠି ଗ୍ରାହକ ଯିବା ପାଇଁ ଡ୍ରେନ୍‌ ଉପରେ ସ୍ଲାବ ନାହିଁ। ଏଟିଏମ୍‌ ଥିବା ଘରେ କାଚ କବାଟ ମଧ୍ୟ କାମ କରୁନି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଶଙ୍ଖଚିଲା ହାଟ ବଜାର ନିକଟରେ ଥିବା ଏଟିଏମ୍‌ରେ। ଏହି ଏଟିଏମ୍‌ ଘରେ ଲାଗିଥିବା କାଚ କବାଟ ବିପଦଜନକ ଅବସ୍ଥାରେ ରହିଛି। ହେଲେ ବ୍ୟାଙ୍କ ଅଧିକାରୀ କିମ୍ବା ଏହାର ଦାୟିତ୍ୱ ନେଇଥିବା ଠିକା ସଂସ୍ଥା ପକ୍ଷରୁ ମରାମତି ନେଇ ପଦକ୍ଷେପ ନିଆଯାଉନାହିଁ। ଫଳରେ ଏଟିଏମ୍‌ ଗୃହରେ ବୁଲା କୁକୁର ଓ ଗାଈ ପଶି ରହୁଛନ୍ତି, ଯାହାକୁ ନେଇ ଗ୍ରାହକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ଏଟିଏମ୍‌ ଉପରେ ପ୍ରାୟ ୬ ପଞ୍ଚାୟତର ଲୋକେ ନିର୍ଭରଶୀଳ ହୋଇ ଥାଆନ୍ତି। ତେଣୁ ଏହାକୁ ଶୀଘ୍ର ମରାମତି କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ଷ୍ଟେଟ ବ୍ୟାଙ୍କର ଏଟିଏମ୍‌ ଅଧିକାରୀ ନିରାକାର ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି, ଏହାର ମରାମତି ପାଇଁ ଠିକା ସଂସ୍ଥାକୁ ଚିଠି କରାଯାଇଛି। ହେଲେ ସେମାନେ ମରାମତି କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri