Posted inଜାତୀୟ

ପୂର୍ବତନ ଆଇନ ମନ୍ତ୍ରୀ, ପ୍ରଶାନ୍ତ ଭୂଷଣଙ୍କ ପିତା ଶାନ୍ତି ଭୂଷଣଙ୍କ ୯୭ ବର୍ଷରେ ପରଲୋକ

ନୂଆଦିଲ୍ଲୀ,୩୧।୧: ପରଲୋକରେ ପ୍ରଶାନ୍ତ ଭୂଷଣଙ୍କ ପିତା ତଥା ପୂର୍ବତନ ଆଇନ ମନ୍ତ୍ରୀ ଶାନ୍ତି ଭୂଷଣ। ଦିଲ୍ଲୀସ୍ଥିତ ବାସଭବନରେ ମଙ୍ଗଳବାର ସନ୍ଧ୍ୟା ୭ ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୯୭ ବର୍ଷ ବୟସ ହୋଇଥିଲା। ୧୯୭୭ରୁ ୧୯୭୯ ପର୍ଯ୍ୟନ୍ତ ସେ ମୋରାର୍ଜୀ ଦେଶାଇ ମନ୍ତ୍ରଣାଳୟରେ ଭାରତର ଆଇନ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

ଶାନ୍ତି ଭୂଷଣ ଆହ୍ଲାବାଦ ହାଇକୋର୍ଟରେ ପ୍ରସିଦ୍ଧ ମାମଲାରେ ରାଜନାରାୟଣଙ୍କ ପ୍ରତିନିଧିତ୍ୱ କରିଥିଲେ। ଏହାର ପରିଣାମସ୍ବରୂପ ୧୯୭୪ରେ ଇନ୍ଦିରା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ହଟାଇ ଦିଆଯାଇଥିଲା। ବିଗତ ଦିନରେ ସେ ଜନସାଧାରଣଙ୍କ ସ୍ବାର୍ଥର ଅନେକ ପ୍ରସଙ୍ଗ ଉଠାଇଛନ୍ତି ଏବଂ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ।

୧୯୮୦ରେ ସେ ଏନ୍‌ଜିଓ ‘ସେଣ୍ଟର ଫର ପବ୍ଲିକ ଇଣ୍ଟରେଷ୍ଟ ଲିଟିଗେସନ’ ପ୍ରତିଷ୍ଠା କରିଥିଲେ। ଏହା ସୁପ୍ରିମକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ଜନସ୍ବାର୍ଥ ମାମଲା ଦାୟର କରିଥିଲା। ୨୦୧୮ ରେ ସେ ’ମାଷ୍ଟର ଅଫ ରୋଷ୍ଟର’ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବାକୁ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଜଣାଶୁଣା ଓକିଲ ତଥା ଆକ୍ଟିଭିଷ୍ଟ ପ୍ରଶାନ୍ତ ଭୂଷଣ ତାଙ୍କ ପୁଅ।

ଶାନ୍ତି ଭୂଷଣ କଂଗ୍ରେସ (ଓ) ଏବଂ ପରେ ଜନତା ଦଳର ସଦସ୍ୟ ଥିଲେ। ସେ ରାଜନୈତିକ ଜୀବନରେ ମଧ୍ୟ ରାଜ୍ୟ ସଭା ଏମ୍‌ପି ଥିଲେ। ସେ ୧୯୮୦ ରେ ଭାରତୀୟ ଜନତା ଦଳରେ ଯୋଗ ଦେଇଥିଲେ ଏବଂ ୧୯୮୬ ରେ ଭାଜପାରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ପୁଅ ପ୍ରଶାନ୍ତ ଭୂଷଣଙ୍କ ସହ ୨୦୧୨ ରେ ଆମ ଆଦମୀ ପାର୍ଟିର ଅନ୍ୟତମ ପ୍ରତିଷ୍ଠାତା ସଦସ୍ୟ ଥିଲେ। ପରେ ସେ ପାର୍ଟୀରୁ ଅଲଗା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri