Posted inଜାତୀୟ

ପୂର୍ବତନ ଆଇନ ମନ୍ତ୍ରୀ, ପ୍ରଶାନ୍ତ ଭୂଷଣଙ୍କ ପିତା ଶାନ୍ତି ଭୂଷଣଙ୍କ ୯୭ ବର୍ଷରେ ପରଲୋକ

ନୂଆଦିଲ୍ଲୀ,୩୧।୧: ପରଲୋକରେ ପ୍ରଶାନ୍ତ ଭୂଷଣଙ୍କ ପିତା ତଥା ପୂର୍ବତନ ଆଇନ ମନ୍ତ୍ରୀ ଶାନ୍ତି ଭୂଷଣ। ଦିଲ୍ଲୀସ୍ଥିତ ବାସଭବନରେ ମଙ୍ଗଳବାର ସନ୍ଧ୍ୟା ୭ ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୯୭ ବର୍ଷ ବୟସ ହୋଇଥିଲା। ୧୯୭୭ରୁ ୧୯୭୯ ପର୍ଯ୍ୟନ୍ତ ସେ ମୋରାର୍ଜୀ ଦେଶାଇ ମନ୍ତ୍ରଣାଳୟରେ ଭାରତର ଆଇନ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

ଶାନ୍ତି ଭୂଷଣ ଆହ୍ଲାବାଦ ହାଇକୋର୍ଟରେ ପ୍ରସିଦ୍ଧ ମାମଲାରେ ରାଜନାରାୟଣଙ୍କ ପ୍ରତିନିଧିତ୍ୱ କରିଥିଲେ। ଏହାର ପରିଣାମସ୍ବରୂପ ୧୯୭୪ରେ ଇନ୍ଦିରା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ହଟାଇ ଦିଆଯାଇଥିଲା। ବିଗତ ଦିନରେ ସେ ଜନସାଧାରଣଙ୍କ ସ୍ବାର୍ଥର ଅନେକ ପ୍ରସଙ୍ଗ ଉଠାଇଛନ୍ତି ଏବଂ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ।

୧୯୮୦ରେ ସେ ଏନ୍‌ଜିଓ ‘ସେଣ୍ଟର ଫର ପବ୍ଲିକ ଇଣ୍ଟରେଷ୍ଟ ଲିଟିଗେସନ’ ପ୍ରତିଷ୍ଠା କରିଥିଲେ। ଏହା ସୁପ୍ରିମକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ଜନସ୍ବାର୍ଥ ମାମଲା ଦାୟର କରିଥିଲା। ୨୦୧୮ ରେ ସେ ’ମାଷ୍ଟର ଅଫ ରୋଷ୍ଟର’ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବାକୁ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଜଣାଶୁଣା ଓକିଲ ତଥା ଆକ୍ଟିଭିଷ୍ଟ ପ୍ରଶାନ୍ତ ଭୂଷଣ ତାଙ୍କ ପୁଅ।

ଶାନ୍ତି ଭୂଷଣ କଂଗ୍ରେସ (ଓ) ଏବଂ ପରେ ଜନତା ଦଳର ସଦସ୍ୟ ଥିଲେ। ସେ ରାଜନୈତିକ ଜୀବନରେ ମଧ୍ୟ ରାଜ୍ୟ ସଭା ଏମ୍‌ପି ଥିଲେ। ସେ ୧୯୮୦ ରେ ଭାରତୀୟ ଜନତା ଦଳରେ ଯୋଗ ଦେଇଥିଲେ ଏବଂ ୧୯୮୬ ରେ ଭାଜପାରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ପୁଅ ପ୍ରଶାନ୍ତ ଭୂଷଣଙ୍କ ସହ ୨୦୧୨ ରେ ଆମ ଆଦମୀ ପାର୍ଟିର ଅନ୍ୟତମ ପ୍ରତିଷ୍ଠାତା ସଦସ୍ୟ ଥିଲେ। ପରେ ସେ ପାର୍ଟୀରୁ ଅଲଗା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri