ଶାନ୍ତି ମିଶ୍ର ହତ୍ୟା ମାମଲା: ଅଭିଯୁକ୍ତ ମଉଜ ମିଶ୍ର ଆଜୀବନ କାରାଦଣ୍ଡରେ ଦଣ୍ଡିତ

ବ୍ରହ୍ମପୁର, ୨୦।୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରା ଜଜ ଡ. ଭାଗ୍ୟଲଷ୍ମୀ ରଥ ମଙ୍ଗଳବାର ବହୁ ଚର୍ଚ୍ଚିତ ଗୋଶାଣିନୁଆଗାଁ ଶାନ୍ତି ମିଶ୍ର ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ଉକ୍ତ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସତୀଶ କୁମାର ମିଶ୍ର ଓରଫ ମଉଜ ମିଶ୍ର(୩୯)ଙ୍କୁ ସେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ସେ ତାକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୫ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୩ ଜାନୁଆରୀ ୨୯ ରେ ଶାନ୍ତି ମିଶ୍ରଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିଲା। ଅଭିଯୋଗ ପରେ ଗୋଶାଣି ନୂଆଗାଁ ପୋଲିସ ୧୧/୧୩ ରେ ଏକ ମମାଲା ରୁଜୁ କରି ପର୍ଯ୍ୟାୟକ୍ରମେ ମଉଜ ମିଶ୍ର ସମେତ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା

ସୂଚନାନୁଯାୟୀ,ଜାମିନରେ ଆସି ମଉଜ ବିଚାର ବେଳେ କୋର୍ଟରେ ହାଜର ହୋଇ ନ ଥିଲେ। ପୋଲିସ ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଥିଲା। ସେ ଦୀର୍ଘବର୍ଷ ଧରି ଫେରାର ରହିଥିବା ବେଳେ ଗୋଶାଣିନୁଆଗାଁ ପୋଲିସ ଟିମ ତାଙ୍କୁ ୨୦୨୫ ଏପ୍ରିଲ ୧୪ ରେ ଜଟିଣିରୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଉକ୍ତ ମାମଲାରେ ୨୬ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ରାୟ ପ୍ରକାଶ ବେଳେ ବ୍ରହ୍ମପୁର ଜେଲରେ ବିଚାରଧୀନ ବନ୍ଦୀ ଭାବେ ଥିବା ମଉଜଙ୍କୁ କଡା ସୁରକ୍ଷାରେ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀ ମାନଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ତତ୍କାଳୀନ ପିପି ତ୍ରିଲୋଚନ ପରିଡା ଓ ପିପି ଦାୟିତ୍ୱରେ ଥିବା ବିକ୍ରମ କୁଣ୍ଡୁ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?