Posted inଜାତୀୟ

ଦାଦା-ପୁତୁରାଙ୍କ ହେବ ମିଳନ! ମହାରାଷ୍ଟ୍ର ରାଜନୀତି ପୁଣି ହଲଚଲ

ମୁମ୍ବାଇ,୧୯।୭: ପ୍ରାୟ ୨ ଦଶନ୍ଧି ପରେ ମହାରାଷ୍ଟ୍ରରେ ଠାକରେ ଭାଇମାନଙ୍କୁ ଏକାଠି ହେଉଥିବାର ଦେଖାଯାଉଛି। କଳ୍ପନାଜଳ୍ପନା ଆରମ୍ଭ ହୋଇଛି ଯେ, ଦାଦା-ପୁତୁରା ଅର୍ଥାତ୍‌ ଶରଦ ପାୱାର ଏବଂ ଅଜିତ ପାୱାର ମଧ୍ୟ ମିଳନ ହୋଇପାରିବେ। ଏହି କଳ୍ପନାଜଳ୍ପନା ପରେ, ମହାରାଷ୍ଟ୍ରର ରାଜନୀତି ପୁଣି ସରଗରମ ହୋଇପଡ଼ିଛି। ବର୍ତ୍ତମାନ ଏନସିପି ରାଜ୍ୟ ସଭାପତି ସୁନୀଲ ତଟକରେ ଉଭୟ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ମିଶ୍ରଣ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି, ଦୁଇ ଏନସିପି ମଧ୍ୟରେ କୌଣସି ଆଲୋଚନା ଚାଲିନାହିଁ।
ସୁନୀଲ ଦାବି କରିଛନ୍ତି, ଏବେ ଆମେ ଏନଡିଏ (ମହାୟୁତି)ରେ ଅଛୁ ଏବଂ ଏଠାରେ ରହିବାକୁ ସଂକଳ୍ପ ନେଇଛୁ। ଏନଡିଏରେ ଆମର ଅଂଶଗ୍ରହଣ ସ୍ପଷ୍ଟ। ଆଜି କୌଣସି ସମସ୍ୟା ନାହିଁ, କିନ୍ତୁ ଯଦି ଏପରି କୌଣସି ସମସ୍ୟା ଆଗକୁ ହେବ ତେବେ ଆମେ ବରିଷ୍ଠ ଭାଜପା ନେତାଙ୍କ ସହ ଆଲୋଚନା କରିବୁ ଏବଂ ତା’ପରେ ହିଁ ନିଷ୍ପତ୍ତି ନିଆଯିବ। ଦାଦା ଏବଂ ପୁତୁରାଙ୍କୁ ଅନେକ ଥର ଏକାଠି ଦେଖାଯାଇଛି। ଉଭୟ ସମୟ ସମୟରେ ସାକ୍ଷାତ କରିଥାଆନ୍ତି କିନ୍ତୁ ମିଶ୍ରଣ ଆଲୋଚନା କେବେବି ଅଧିକ ଗତି ପାଇ ନ ଥିଲା। ପାରିବାରିକ କାର୍ଯ୍ୟକ୍ରମରେ କିମ୍ବା କୌଣସି ରାଜନୈତିକ କାର୍ଯ୍ୟକ୍ରମରେ, ଉଭୟ ନେତାଙ୍କୁ ଗୋଟିଏ ଫ୍ରେମରେ ଏବଂ ଗୋଟିଏ ମଞ୍ଚରେ ଦେଖାଯାନ୍ତି। ତଥାପି, ଅବିଭକ୍ତ ଏନସିପି ପୁଣି ଥରେ ସମାନ ରୂପରେ ଫେରିବାର ସମ୍ଭାବନା କମ। ଶରଦ-ଅଜିତ ପାୱାର ଦୁଇ ବର୍ଷ ପାଇଁ ଅଲଗା ଅଛନ୍ତି ଶରଦ ପାୱାର ଦୀର୍ଘ ଦିନ ଧରି କଂଗ୍ରେସରେ ଥିଲେ ଏବଂ ତା’ପରେ୧୯୯୯ ମସିହାରେ ସେ ଜୁନ ୧୦ରେ ତାଙ୍କର ନୂତନ ଦଳ ଗଠନ କରିଥିଲେ। ଏହି ବର୍ଷ ଜୁନ ୧୦ରେ ପ୍ରତିଷ୍ଠା ଦିବସ ପାଳନ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଅଜିତ ଏବଂ ଶରଦ ଉଭୟ ଗୋଷ୍ଠୀ ଏହି ସମାରୋହ ପାଇଁ ପୁଣେକୁ ବାଛିଥିଲେ। କିନ୍ତୁ, ୧୯୯୯ରୁ କାକାଙ୍କ ସହିତ ରହିବା ପରେ, ଜୁଲାଇ ୨୦୨୩ରେ, ଅଜିତ ତାଙ୍କଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ ଏବଂ ମହାୟୁତିର ଅଂଶ ହୋଇଥିଲେ। ଦାଦାଙ୍କଠାରୁ ବିଦ୍ରୋହ ଏବଂ ଭାଜପାକୁ ସମର୍ଥନ କରିବା ପରେ, ଅଜିତଙ୍କ ଦଳକୁ ପ୍ରକୃତ ଏନସିପି ଭାବରେ ମାନ୍ୟତା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?