Posted inଜାତୀୟ

Z+ ସୁରକ୍ଷା ନେବାକୁ ମନା କଲେ ଶରଦ ପାଓ୍ବାର: CRPF ଅଧିକାରୀଙ୍କୁ ଫେରାଇ ଦେଲେ

ନୂଆଦିଲ୍ଲୀ,୩୦।୮: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଶରଦଚନ୍ଦ୍ର ପାୱାର) ମୁଖ୍ୟ ଶରଦ ପାୱାର Z+ ସୁରକ୍ଷା ନେବାକୁ ମନା କରି ଦେଇଛନ୍ତି। କେବଳ ଏତିକି ନୁହେଁ, ପାୱାର CRPF ଅଧିକାରୀଙ୍କୁ ଫେରାଇ ଦେଇଛନ୍ତି।
ଶରଦ ପାୱାରଙ୍କୁ କେନ୍ଦ୍ର Z+ ସୁରକ୍ଷା ଦେଇଛି। ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF)ର ୫୫ ସଶସ୍ତ୍ର କର୍ମଚାରୀଙ୍କ ଦଳ ପାୱାରଙ୍କ Z+ ସୁରକ୍ଷା କଭରର ଏକ ଅଂଶ ଭାବରେ ନିଯୁକ୍ତ କରାଯାଇଥିଲା। ତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି।
କେନ୍ଦ୍ରରୁ ସୁରକ୍ଷା ପାଇବା ପରେ ଶରଦ ପାୱାର ଅଗଷ୍ଟ ୨୧ରେ ଗୁପ୍ତଚର ହେବାର ଆଶଙ୍କା ପ୍ରକାଶ କରିଥିଲେ। ସେ କହିଥିଲେ, ଗୃହ ମନ୍ତ୍ରଣାଳୟର ଜଣେ ଅଧିକାରୀ ମୋତେ କହିଥିଲେ ଯେ, ସରକାର ତିନି ଜଣଙ୍କୁ Z+ ସୁରକ୍ଷା ଦେବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ ମୁଁ ସେମାନଙ୍କ ମଧ୍ୟରୁ ଜଣେ।

ସେ କଟାକ୍ଷ ଭାବରେ କହିଥିଲେ, ନିର୍ବାଚନ ପାଖେଇ ଆସୁଛି, ତେଣୁ ଏହା ମୋ ବିଷୟରେ ପ୍ରାମାଣିକ ସୂଚନା ପାଇବା ପାଇଁ ଏକ ମାଧ୍ୟମ ହୋଇପାରେ। ଚଳିତ ବର୍ଷ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri