Posted inଜାତୀୟ

ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ଖାରଜ କରିବା ସପକ୍ଷରେ ନୁହଁନ୍ତି ଶରଦ

ନୂଆଦିଲ୍ଲୀ,୧ ।୭: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ବେଶ କିଛିଦିନ ହେବ ବିଭିନ୍ନ ରାଜ୍ୟର କୃଷକମାନେ ଆନ୍ଦୋଳନ କରିଥିଲେ ମଧ୍ୟ ଏଯାଏଁ ତା’ର କୌଣସି ସମାଧାନ ହୋଇପାରି ନାହିଁ । କେନ୍ଦ୍ର ସରକାର ନିଜ ଜିଦ୍‌ରେ ଅଟଳ ଥିବା ବେଳେ କୃଷକମାନେ ମଧ୍ୟ ସେମାନଙ୍କ ଜିଦ୍‌ରେ ଅଟଳ ରହିଛନ୍ତି । ଏବେ ଏହି କୃଷି ଆଇନକୁ ନେଇ ଏନ୍‌ସିପି ମୁଖ୍ୟ ଶରଦ ପାୱାର ତାଙ୍କ ମନ୍ତବ୍ୟ ରଖିଛନ୍ତି । ସେ ଏହି ବିବାଦୀୟ କୃଷି ଆଇନକୁ ସମ୍ପୂର୍ଣ୍ଣ ଖାରଜ କରିବା ଅପେକ୍ଷା ବରଂ ଯେଉଁ ଭାଗକୁ ନେଇ କୃଷକମାନେ ଆନ୍ଦୋଳନ କରିଛନ୍ତି ସେଥିରେ ସଂଶୋଧନ କରାଯାଉ ବୋଲି ସେ କହିଛନ୍ତି । ତେବେ ମହାରାଷ୍ଟ୍ର ସରକାରଙ୍କ କେତେଜଣ ମନ୍ତ୍ରୀ ଏହାକୁ ନେଇ ବିଚାର କରୁଛନ୍ତି ବୋଲି ଶରଦ କହିଛନ୍ତି । ଏହି ନୂଆ କୃଷି ଆଇନର ଉଭୟ ପକ୍ଷକୁ ନଜରରେ ରଖି ଏହାକୁ ବିଧାନସଭାରେ ଉପସ୍ଥାପନ କରାଯିବ ବୋଲି ସେ କହିଛନ୍ତି । ପୂର୍ବତନ କୃଷିମନ୍ତ୍ରୀ ଶରଦ ପାୱାର କହିଛନ୍ତି ରାଜ୍ୟ ସରକାର ଏହି କୃଷି ଆଇନରେ ଥିବା ବିବାଦୀୟ ଅଂଶକୁ ବିଚାରକୁ ନେଇ ଏହାପରେ କୌଣସି ନିଷ୍ପତ୍ତି ନେବା ଠିକ୍ ହେବ । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ବିଭିନ୍ନ ରାଜ୍ୟର କୃଷକମାନେ ଦିଲ୍ଲୀ ସମେତ କିଛି ସ୍ଥାନରେ ବହୁଦିନ ହେଲା ଆନ୍ଦୋଳନ କରି ଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri