Posted inଜାତୀୟ

ମୁମ୍ବାଇରୁ ଦିଲ୍ଲୀ ପହଞ୍ଚିଲା ଏନସିପି ଲଢେଇ, ରାଜଧାନୀରେ ପହଞ୍ଚିଲେ ଶରଦ ପାଓ୍ବାର, ଝିଅ ସୁପ୍ରିୟା

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରୀୟ କଂଗ୍ରେସ ପାର୍ଟି(ଏନସିପି)ରୁ ଅଜିତ ପାଓ୍ବାରଙ୍କ ବିଦ୍ରୋହ ପରେ ମହାରାଷ୍ଟ୍ର ରାଜନୀତିରେ ହଲଚଲ ଆରମ୍ଭ ହୋଇଛି। ଇତି ମଧ୍ୟରେ ଶରଦ ପାଓ୍ବାର ଦିଲ୍ଲୀରେ ଏନସିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଜର ଶକ୍ତି ଦେଖିବାକୁ ପ୍ରସ୍ତୁତ ହେଲେଣି। ବୈଠକରେ ସାରା ଦେଶର ଏନସିପି ନେତା ଏକାଠି ହେବା ଆଶା କରାଯାଉଛି। ଏହାରି ଭିତରେ ଶରଦ ପାଓ୍ବାର ଓ ଝିଅ ସୁପ୍ରିୟା ସୁଲେ ଦିଲ୍ଲୀ ପହଞ୍ଚିଯାଇଛନ୍ତି।
ସୂଚନାଯୋଗ୍ୟ, ଏହି ବୈଠକ ମାଧ୍ୟମରେ ଶରଦ ପାଓ୍ବାର ସମସ୍ତ ନେତାଙ୍କୁ ଏକାଠି କରିବାକୁ ଚେଷ୍ଟା କରିବେ ବୋଲି ଅନୁମାନ କରାଯାଉଛି। ଦଳ ଓ ଏହାର ଚିହ୍ନ ଉପରେ ନିଜର ଦାବି ହରାଇବା ଭୟରେ ଶରଦ ପାଓ୍ବାରଙ୍କ ଏହି ପଦକ୍ଷେପ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଇତି ମଧ୍ୟରେ ବୈଠକ ପୂର୍ବରୁ ଏନଡିଏମସି ଓ ଏନସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ପୋଷ୍ଟର ଓ ହୋର୍ଡିଂ ହଟାଇ ଦିଆଯାଇଛି। ମୌଲାନା ଆଜାଦ ରୋଡ ସର୍କଲ ଓ ଜନପଥ ସର୍କଲ ନିକଟରୁ ପୋଷ୍ଟର ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri