Posted inଜାତୀୟ

୨୦୨୪ ନିର୍ବାଚନ ପୂର୍ବରୁ ପାଓ୍ବାରଙ୍କ ଗୋଟିଚାଳନା

ମୁମ୍ବାଇ,୮।୧:ଏନସିପି ମୁଖ୍ୟ ଶରଦ ପାୱାର ୨୦୨୪ ନିର୍ବାଚନ ପୂର୍ବରୁ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଏନସିପି, ଶିବସେନାର ଉଦ୍ଧବ ଠାକରେଙ୍କ ଦଳ ଏବଂ କଂଗ୍ରେସ ୨୦୨୪ରେ ମହାରାଷ୍ଟ୍ର ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଏକାଠି ଲଢିବାକୁ ପାଓ୍ବାର ସମର୍ଥନ କରିଛନ୍ତି। ଆମେ ଅନେକ ପ୍ରସଙ୍ଗରେ ଏକାଠି ନିଷ୍ପତ୍ତି ନେଉ, ତେଣୁ ଏଥିରେ କୌଣସି ଅସୁବିଧା ହେବ ନାହିଁ।
ପାୱାର ଦାବି କରିଛନ୍ତି, ଶିବସେନାରେ ବିଭାଜନ ପରେ ମଧ୍ୟ ଅଧିକାଂଶ ଶିବ ସୈନିକ ତୃଣମୂଳ ସ୍ତରରେ କାମ କରୁଛନ୍ତି ଏବଂ ଉଦ୍ଧବ ଠାକରେଙ୍କ ପଛରେ ଠିଆ ହୋଇଛନ୍ତି। ବିଧାୟକ ଏବଂ ଏମ୍‌ପିମାନେ ହୁଏତ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ସହିତ ରହିଥାଇ ପାରନ୍ତି, କିନ୍ତୁ ଯେତେବେଳେ ନିର୍ବାଚନ ଅନୁଷ୍ଠିତ ହେବ, ସେତେବେଳେ ସେମାନେ ମଧ୍ୟ ଜାଣିବେ ଯେ ଲୋକଙ୍କ ମତାମତ କ’ଣ।
ସୂଚନାଯୋଗ୍ୟ,୨୦୧୯ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଠାକରେ ଭାଜପା ସହ ମେଣ୍ଟ ଭାଙ୍ଗିଥିଲେ ଏବଂ ରାଜ୍ୟରେ ମହା ବିକାଶ ଅଗାଡି (ଏମ୍‌ଭିଏ) ସରକାର ଗଠନ ପାଇଁ ଏନସିପି ଏବଂ କଂଗ୍ରେସ ସହ ମେଣ୍ଟ କରିଥିଲେ। ଗତ ବର୍ଷ ଶିନ୍ଦେଙ୍କ ବିଦ୍ରୋହ ପରେ ଠାକ୍‌ରେ ସରକାରଙ୍କ ପତନ ହୋଇଥିଲା। ମେ ୨୦୨୪ରେ ଲୋକ ସଭା ନିର୍ବାଚନ ହେବ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଆସନ୍ତା ବର୍ଷ ଅକ୍ଟୋବରରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri