Posted inଜାତୀୟ

ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମଧ୍ୟରେ ଦିଲ୍ଲୀ ପହଞ୍ଚିଲେ ଶରଦ ପାୱାର

ମୁମ୍ବାଇ,୨୬ ।୬: ମହାରାଷ୍ଟ୍ର ରାଜନୀତିରେ ସଙ୍କଟ ଲାଗି ରହିଥିବା ବେଳେ ରବିବାର ଏନସିପି ନେତା ଶରଦ ପାୱାର ଦିଲ୍ଲୀ ପହଞ୍ଚିଛନ୍ତି, ଯାହାକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ହେଲେ ଶରଦ ପାୱାର କହିଛନ୍ତି ସେ ଦିଲ୍ଲୀରେ କାହାକୁ ସାକ୍ଷାତ୍ କରିବାକୁ ଆସି ନାହାନ୍ତି । ବରଂ ଯଶୱନ୍ତ ସିହ୍ନାଙ୍କ ନୋମିନେଶନ ପାଇଁ ଆସିଛନ୍ତି । ଅନ୍ୟପଟେ ଶିବସେନା ନେତା ତଥା ଏମପି ସଞ୍ଜୟ ରାଉତଙ୍କ ବୟାନକୁ ନେଇ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି ପାୱାର । ସୂଚନାଯୋଗ୍ୟ, ଜୁନ ୨୭ ଅର୍ଥାତ୍ ସୋମବାର ରାଷ୍ଟ୍ରପତି ପଦ ପାଇଁ ବିରୋଧି ଦଳ ପ୍ରାର୍ଥି ଯଶୱନ୍ତ ସିହ୍ନା ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଶରଦ ପାୱାର ଦିଲ୍ଲୀ ପହଞ୍ଚିଛନ୍ତି ।
ହେଲେ ଯେତେବେଳେ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଦେଖାଦେଇଛି ସେହି ସମୟରେ ପାୱାରଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅନେକ ପ୍ରଶ୍ନ ଉଠିଛି । ଅନ୍ୟପଟେ ରବିବାରଠାରୁ ସିନ୍ଧେ ଗ୍ରୁପର ଅପିଲ ପରେ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି କି ଅସନ୍ତୁଷ୍ଟ ବିଧାୟକଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦିଆଯିବ । ଶନିବାର ୨୫ ଜୁନରେ ଏକନାଥ ସିନ୍ଧେଙ୍କ ଗ୍ରୁପ କେନ୍ଦ୍ରୀୟ ଗୃହ ସଚିବ ଓ ରାଜ୍ୟପାଳଙ୍କୁ ଚିଠି ଲେଖି ସୁରକ୍ଷା ଯୋଗାଇ ଦେବାକୁ ଅପିଲ କରିଥିଲେ । ସନ୍ଧ୍ୟା ସୁଦ୍ଧା ସମସ୍ତ ବିଧାୟକଙ୍କ ଘର ନିକଟରେ ସିଆରପିଏଫ ଜବାନଙ୍କୁ ମୁତୟନ କରାଯିବ । ଏହି ବିଧାୟକଙ୍କୁ ୱାଇ ପ୍ଲସ କାଟାଗୋରୀର ସୁରକ୍ଷା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?