Posted inଜାତୀୟ

ବିରୋଧୀଙ୍କ ବୈଠକରେ ଓଓ୍ବାଇସିଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୦।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏପର୍ଯ୍ୟନ୍ତ ସରକାର ଏବଂ ବିରୋଧୀ ପକ୍ଷରୁ କୌଣସି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ। ଚଳିତ ଥର ବିରୋଧୀ ମିଳିତ ଭାବେ ପ୍ରାର୍ଥୀ ଦେବାକୁ ସୁନିଶ୍ଚିତ କରିଛି। ଏଥିପାଇଁ ଅନେକ ଦଳ ଲଗାତର ବୈଠକ କରୁଥିବା ବେଳେ ପ୍ରାର୍ଥୀ ନେଇ ଏବେ ବି ମନ୍ଥନ ଜାରି ରହିଛି। ଇତିମଧ୍ୟରେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସିଙ୍କୁ ବୈଠକରେ ସାମିଲ ହେବା ପାଇଁ ନିମନ୍ତ୍ରଣ ପଠାଇଛନ୍ତି। ଏହାପୂର୍ବରୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ହୋଇଥିବା ବୈଠକରେ ଏଆଇଏମ୍‌ଆଇଏମ୍‌ ମୁଖ୍ୟଙ୍କୁ ଦେଖିବାକୁ ମିଳି ନ ଥିଲା। କିନ୍ତୁ ଏବେ ଶରଦ ପାଓ୍ବାର ନିଜେ ଓଓ୍ବାଇସିଙ୍କୁ ବୈଠକରେ ଯୋଗଦେବା ପାଇଁ ନିମନ୍ତ୍ରଣ ପଠାଇଛନ୍ତି। ଚଳିତ ଥର ତାଙ୍କ ସହ ଏହି ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି କୁହାଯାଉଛି। ତେବେ ପାଓ୍ବାରଙ୍କ ଏହି ନିମନ୍ତ୍ରଣକୁ ଓଓ୍ବାଇସି ମଧ୍ୟ ସହୃଦୟର ସହ ସ୍ବାଗତ ଜଣାଇଛନ୍ତି। ହେଲେ ସେ ନିଜେ ଏହି ବୈଠକରେ ସାମିଲ ହେବା ପରିବର୍ତ୍ତେ ତାଙ୍କ ଦଳର ପ୍ରତିନିଧି ଯୋଗଦେବେ ବୋଲି ଅସଦୁଦ୍ଦିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri