Posted inଜାତୀୟ

ଚାକିରି ନ ଥିବାରୁ ଯୁବକଙ୍କୁ ମିଳୁନି କନ୍ୟା:ପାଓ୍ବାର

ମୁମ୍ବାଇ,୫।୧: ବେରୋଜଗାରକୁ ନେଇ ଏନସିପି ମୁଖ୍ୟ ଶରଦ ପାୱାର କେନ୍ଦ୍ର ଏବଂ ମହାରାଷ୍ଟ୍ରର ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି। ପୁଣେରେ ‘ଜନ ଜାଗରଣ ଯାତ୍ରା’ରେ ସେ କହିଛନ୍ତି, ବେକାରୀ ସମସ୍ୟା ସାମାଜିକ ସମସ୍ୟା ସୃଷ୍ଟି କରୁଛି। ଚାକିରି ଅଭାବରୁ ବିବାହ ଯୋଗ୍ୟ ଯୁବକଙ୍କୁ କନ୍ୟା ମିଳୁନାହିଁ। ମୂଲ୍ୟ ବୃଦ୍ଧି ଏବଂ ବେକାରି ଭଳି ପ୍ରକୃତ ପ୍ରସଙ୍ଗରୁ ଦୃଷ୍ଟି ଏଡାଇବା ପାଇଁ ସମ୍ପ୍ରଦାୟ ମଧ୍ୟରେ ମତଭେଦ ସୃଷ୍ଟି କରାଯାଉଛି।
ପୂର୍ବତନ କେନ୍ଦ୍ର କୃଷି ମନ୍ତ୍ରୀ ପାୱାର ଆହୁରି ମଧ୍ୟ କହିଛନ୍ତି, ଆଜିର ଯୁବକମାନେ ଶିକ୍ଷିତ। ତେଣୁ ଚାକିରି ଦାବି କରିବା ସେମାନଙ୍କର ଅଧିକାର ରହିଛି। ଶିଳ୍ପଗୁଡିକ ମହାରାଷ୍ଟ୍ରରୁ ବାହାରକୁ ଯାଉଛନ୍ତି। ଏବେ ରାଜ୍ୟରେ ଥିବା ଶିଳ୍ପଗୁଡିକୁ କୌଣସି ପ୍ରୋତ୍ସାହନ ଦିଆଯାଉ ନାହିଁ ଏବଂ ନୂତନ ବ୍ୟବସାୟ ପ୍ରତିଷ୍ଠା ପାଇଁ କୌଣସି ସୁଯୋଗ ସୃଷ୍ଟି କରାଯାଉ ନାହିଁ। ଫଳରେ ବେକାରି ବୃଦ୍ଧି ପାଉଛି।
‘ଜନ ଜାଗରଣ ଯାତ୍ରା’ ଯାତ୍ରା ସମୟରେ ସେ ଏକ ଗ୍ରାମ ଛକରେ ୨୫ ରୁ ୩୦ ବର୍ଷ ବୟସର ୧୫ ରୁ ୨୦ ଜଣ ଯୁବକଙ୍କୁ ଭେଟିଥିଲେ। ସେମାନଙ୍କ ମଧ୍ୟରେ ଅଧିକାଂଶ ଯୁବକ ସ୍ନାତକ ଏବଂ ସ୍ନାତକତ୍ତୋର। କିନ୍ତୁ ଚାକିରି ନ ଥିବାରୁ ସେମାନଙ୍କୁ କନ୍ୟା ଦେବାକୁ କେହି ପ୍ରସ୍ତୁତ ନ ଥିବା ସେମାନେ କହିଥିଲେ। ମହାରାଷ୍ଟ୍ରର ଗ୍ରାମାଞ୍ଚଳରେ ଏହି ସମସ୍ୟା ଅଧିକ ଶୁଣାଯାଉଛି ବୋଲି ପାଓ୍ବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri