Posted inଜାତୀୟ

ଅଜିତ ପାୱାରଙ୍କ ମୁଖ୍ୟମନ୍ତ୍ରୀ ଇଚ୍ଛା ଏକ ସ୍ବପ୍ନ ହୋଇ ରହିଯିବ: ଶରଦ ପାୱାର

ମୁମ୍ବାଇ,୧୨।୧୦: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବା ପାଇଁ ଅଜିତ ପାୱାରଙ୍କ ଇଚ୍ଛା କେବଳ ଏକ ସ୍ବପ୍ନ ହୋଇ ରହିଯିବ। ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଗୁରୁବାର ଏଭଳି କହିଛନ୍ତି। ପୁତୁରା ତଥା ଅଜିତ ପାଓ୍ବାରଙ୍କୁ କଟାକ୍ଷ କରି ଶରଦ ପାୱାର କହିଛନ୍ତି, ଅଜିତ ପାୱାରଙ୍କର ମୁଖ୍ୟମନ୍ତ୍ରୀ ହେବା କେବଳ ଏକ ସ୍ବପ୍ନ, ଏହା ପ୍ରକୃତରେ କେବେ ଘଟିବ ନାହିଁ। ଏନସିପି ଠାରୁ ଅଲଗା ହୋଇଥିବା ଅଜିତ ପାୱାର ବର୍ତ୍ତମାନ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଛନ୍ତି।

ଏନସିପିରେ ଚାଲିଥିବା ବିଭିନ୍ନ ରାଜନୈତିକ ଉତ୍ତେଜନାକୁ ନେଇ ଚାଲିଥିବା ବିବାଦ ସମ୍ପର୍କରେ ଶରଦ ପାୱାରଙ୍କୁ ପଚରାଯାଇଥିଲା। ଯେଉଁଥିରେ ଜୁଲାଇ ବିଦ୍ରୋହ ମଧ୍ୟ ସାମିଲ ଥିଲା, ଯେତେବେଳେ ଅଜିତ ପାୱାର ଦଳକୁ ବିଭାଜନ କରି ଶିବସେନା-ଭାରତୀୟ ଜନତା ପାର୍ଟି ମିଳିତ ସରକାରରେ ତୃତୀୟ ଅଂଶୀଦାର ଭାବରେ ଯୋଗ ଦେଇଥିଲେ। ୬୪ ବର୍ଷୀୟ ଅଜିତ ପାୱାର ଅନେକ ଥର ନିଜର ଅଭିଳାଷକୁ ସ୍ପଷ୍ଟ କରିସାରିଛନ୍ତି ଯେ, ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ସେ ‘ପଦୋନ୍ନତି’ ଚାହୁଁଛନ୍ତି ଏବଂ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାକୁ ସେ ବହୁତ ଆଗ୍ରହୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ

ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର...

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା...

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri