Posted inଜାତୀୟ

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି। ରାଷ୍ଟ୍ରବାଦୀ କଂଗ୍ରେସ ଦଳର ଉଭୟ ଦଳକୁ ସମାନ ବ୍ୟବହାର କରିବାକୁ ତଥା ତାଙ୍କ ଦଳ ପରି ଅଜିତ ପାୱାରଙ୍କ ନେତୃତ୍ୱରେ ପ୍ରତିଦ୍ୱନ୍ଦ୍ୱୀ ଦଳକୁ ଏକ ନୂତନ ନିର୍ବାଚନ ସଙ୍କେତ ଦେବାକୁ ଏନସିପି (ଏସପି) ନେତା ସୁପ୍ରିୟା ସୁଲେ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଛନ୍ତି।
ବାରାମତି ଏମପି ତଥା ଲୋକ ସଭା ସଦସ୍ୟ ସୁପ୍ରିୟା ସୁଲେ, ଗଣମାଧ୍ୟମକୁ କହିଛନ୍ତି ଯେ ଏନସିପି (ଶରଦଚନ୍ଦ୍ର ପାୱାର) ସୁପ୍ରିମକୋର୍ଟଙ୍କ ଠାରୁ ପ୍ରାକୃତିକ ନ୍ୟାୟ ଦାବି କରିଛନ୍ତି। ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଏନସିପି (ଶରଦଚନ୍ଦ୍ର ପାୱାର) ଏହି ପଦକ୍ଷେପ ନେଇଛନ୍ତି।
ସୂଚନାଯୋଗ୍ୟ, ଅଜିତ ପାୱାର ଜୁଲାଇ ୨୦୨୩ରେ ଅନ୍ୟାନ୍ୟ ବିଧାୟକଙ୍କ ସହ ଶିବସେନା-ଭାଜପା ସରକାରରେ ଯୋଗ ଦେଇଥିଲେ, ଏହି କାରଣରୁ ତାଙ୍କ ମାମୁଁ ଶରଦ ପାୱାରଙ୍କ ଏନସିପି ଦୁଇଟି ଦଳରେ ବିଭକ୍ତ ହୋଇଥିଲା। ଶରଦ ପାୱାରଙ୍କ ଦ୍ୱାରା ପ୍ରତିଷ୍ଠିତ ଏନସିପି ବିଭାଜନ ପୂର୍ବରୁ ନିର୍ବାଚନ ପ୍ରତୀକ ଥିଲା ’ଘଣ୍ଟା’। ନିର୍ବାଚନ ଆୟୋଗ ଚଳିତ ବର୍ଷ ଫେବୃଆରୀରେ ଅଜିତ ପାୱାର ନେତୃତ୍ୱାଧୀନ ଗୋଷ୍ଠୀକୁ ଏନସିପି ନାମ ଏବଂ ‘ଘଣ୍ଟା’ ଚିହ୍ନ ବଣ୍ଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri