ପ୍ରତିଦିନ ମା’ଙ୍କଠାରେ ଲାଗି ହେବ ଅନ୍ନଭୋଗ

କୋକସରା,୧୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): (୦୩) ଧରାପୃଷ୍ଠକୁ ଆସିଛନ୍ତି ମା’ଦୁର୍ଗା। ମା’ଙ୍କ ଆଗମନରେ ସହରଠୁ ଗାଁ ଚଳଚଞ୍ଚଳ ହୋଇପଡିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ଓଲମା ଗ୍ରାମରେ ଚଳିତ ବର୍ଷ ନବଦିନାତ୍ମକ ଶାରଦୀୟ ଦୁର୍ଗାପୂଜା ହେଉଥିବା ବେଳେ ଅଧିବାସ କାର୍ଯ୍ୟ ସମ୍ପନ୍ନ ହୋଇଛି।

ରବିବାର ସକାଳୁ କଳସ ଯାତ୍ରା ସହ ମା’ଙ୍କ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ୧୪ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ମା’ ଦୁର୍ଗାଙ୍କୁ ନବରୁପରେ ପୂଜା କରାଯିବ। ଚଳିତ ବର୍ଷ ଓଲମା ଗ୍ରାମ୍ୟ ପୂଜା କମିଟି ପକ୍ଷରୁ ପୂଜାକର୍ତ୍ତା ଭାବେ ବିଶେଷ କୁମାର ପଣ୍ଡା ଏବଂ ତାଙ୍କର ସ୍ତ୍ରୀ ଶେଫାଳି ପଣ୍ଡା ପୂଜାକାର୍ଯ୍ୟ ସମ୍ପାଦନ କରିବେ। କଳସ ଯାତ୍ରାରେ ଶତାଧିକ ମହିଳା ଯୋଗ ଦେଇଥିଲେ। ଘଣ୍ଟୁଆ, ସଂକୀର୍ତ୍ତନ ଦଳରେ ଏକ ଶୋଭାଯାତ୍ରା ବାହାରି ପୁଷ୍କରିଣୀରୁ ଜଳ ଆଣି ପୂଜା ମଣ୍ଡପରେ ସ୍ଥାପନ କରାଯାଇଥିଲା।

ନବ ଦିନାତ୍ମକ ପୂଜାରେ ପ୍ରତିଦିନ ଅନ୍ନଭୋଗ ସହ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ରହିଛି। ପୂଜା କମିଟିର ସଭାପତି ପ୍ରମୋଦ କୁମାର ପଣ୍ଡା, ଉପ ସଭାପତି ତ୍ରିନାଥ ଶବର, ସାଧାରଣ ସମ୍ପାଦକ ବ୍ରହ୍ମାନନ୍ଦ ମାଝୀ, ସହ ସମ୍ପାଦକ ଆଶିଷ କୁମାର ପଣ୍ଡା, କୋଷାଧ୍ୟକ୍ଷ ସଞ୍ଜୀବ କୁମାର ପଣ୍ଡା, ଧନଞ୍ଜୟ ସାହୁ, ଭାଗବତ କଟା, ସୁମନ ଅଗସ୍ତି, ଫୁଲଚନ ଶବର, ପବିତ୍ର ମାଝୀ, ଦିଲୀପ ବାଗଙ୍କ ସହ ଗ୍ରାମବାସୀ ପୂଜାକାର୍ଯ୍ୟ ପରିଚାଳନାରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri