୧୪ରୁ ରାମଚଣ୍ଡୀଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା

ଛତ୍ରପୁର/ଗଞ୍ଜାମ,୮ା୯(ସନ୍ତୋଷ ପାଢ଼ୀ/ବିଦ୍ୟାଧର ସାହୁ): ଛତ୍ରପୁର ନିକଟବର୍ତ୍ତୀ ଗଞ୍ଜାମ ବ୍ଲକ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ପର୍ବତ ଶିଖରେ ବିରାଜିତ ମା’ ରାମଚଣ୍ଡୀଙ୍କ ପୀଠରେ ଆସନ୍ତା ୧୪ ତାରିଖ ମୂଳାଷ୍ଟମୀରୁ ଷୋଡଶ ଦିନାତ୍ମକ ଶାରଦୀୟ ପୂଜା ଆରମ୍ଭ ହୋଇ ୨୯ ତାରିଖ ମହାଷ୍ଟମୀ ପର୍ଯ୍ୟନ୍ତ ଚାଲିବ।

ମୂଳାଷ୍ଟମୀରେ ସହସ୍ରକୁମ୍ଭାଭିଷେକ ପାଇଁ ଅଞ୍ଚଳବାସୀଙ୍କ ସହଯୋଗରେ ଏକ ବିରାଟ କଳସଯାତ୍ରା ଋଷିକୁଲ୍ୟା ନଦୀରୁ ମା’ ରାମଚଣ୍ଡୀଙ୍କ ମନ୍ଦିରକୁ ଆସିବା ପରେ ପୂଜା ଆରମ୍ଭ କରାଯିବ l ଦୈନିକ ଚଣ୍ଡୀପାଠ, ଚଣ୍ଡୀ ହବନ, ବେଦ ପାଠ, ଭକ୍ତମାନଙ୍କ ପାଇଁ ପ୍ରସାଦ ସେବନ ପାଇଁ ସୁବ୍ୟବସ୍ଥା କରାଯିବ। ପୂଜା ପାଇଁ ମା’ ରାମଚଣ୍ଡୀ ମନ୍ଦିର ଟ୍ରଷ୍ଟ, ପୂଜା କମିଟି ଓ ପରିଚାଳନା କମିଟି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।

ପୂଜା ସମୟରେ ଆଇନ ଶୃଙ୍ଖଳା ଓ ଭକ୍ତମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ନିୟୋଜିତ କରିବା ଲାଗି ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ର ଏବଂ ଛତ୍ରପୁର ଆଇଆଇସିଙ୍କୁ ଲିଖିତ ଅବଗତ କରାଯାଇଛି। ମନ୍ଦିର ପରିଚାଳନା କମିଟି ସଭାପତି ପ୍ରଶାନ୍ତ କୁମାର ନାୟକ, ପୂଜା କମିଟି ସଭାପତି ସି ଏଚ ଦୟାନନ୍ଦ ରେଡ୍ଡୀ, ସଂଯୋଜକ କମଳ ପଣ୍ଡା, ବରିଷ୍ଠ ପରାମର୍ଶଦାତା ତ୍ରିପତି ବାଲାଜୀ ମିଶ୍ର, ବିମ୍ବାଧର ଚର୍ତ୍ତୀ ପ୍ରମୁଖ ଆଇଆଇସିଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri