ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱରର ଶିକ୍ଷା ଓ ଜ୍ଞାନର ଦିବ୍ୟ ଦୃଷ୍ଟି ‘ପ୍ରଜାପତି’ ଅନୁଷ୍ଠାନ ପକ୍ଷରୁ ଚଳିତବର୍ଷ କବି ଡ. ଶରତ ମହାନ୍ତିଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’ ଓ ଗାଳ୍ପିକ ଅଶ୍ୱିନୀ କୁମାର ମହାନ୍ତିଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି।
କବି ଡ. ମହାନ୍ତିଙ୍କର ୭୦ରୁ ଅଧିକ ଗବେଷଣାତ୍ମକ ପ୍ରବନ୍ଧ ୫ଟି ସମୀକ୍ଷା ଗ୍ରନ୍ଥ ଓ ଅନେକ ଗବେଷଣା ପୁସ୍ତକ ପ୍ରକାଶିତ। ତାଙ୍କର ପ୍ରକାଶିତ କବିତା ପୁସ୍ତକ ‘ଆସଯିବା’, ‘ନିଜ ନିଜ ଲୋକ’, ‘ଅନାହତ ସ୍ପନ୍ଦନ’ ଓ ‘ଛାଇ ସହ କଥା’ ବେଶ ଚର୍ଚ୍ଚିତ ଓ ପାଠକପ୍ରିୟ। ସେହିପରି ଗାଳ୍ପିକ ଅଶ୍ୱିନୀ ମହାନ୍ତିଙ୍କର ବହୁ ଏକାକିକା ଓ ଭ୍ରମଣ କାହାଣୀ ପ୍ରକାଶିତ ହୋଇଛି। ଏହି ଦୁଇ ସଫଳ ସ୍ରଷ୍ଟାଙ୍କୁ ଆସନ୍ତା ଏପ୍ରିଲ ମାସରେ ଆୟୋଜିତ ହେବାକୁ ଥିବା ପାଠକ ସମାବେଶରେ ଉକ୍ତ ସମ୍ମାନ ପ୍ରଦାନ କରାଯିବ ବୋଲି ‘ପ୍ରଜାପତି’ର ପ୍ରତିଷ୍ଠାତା କବି ପ୍ରଶାନ୍ତ ଦାସ ଗୁରୁବାର ଏକ ପ୍ରେସ୍ ବିବୃତିରେ ଜଣାଇଛନ୍ତି।
ଶରତଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’, ଅଶ୍ୱିନୀଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’
Posted inଆମ ଜିଲା ଖବର, ବାଲେଶ୍ୱର View All
ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ
ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
Archives

