ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱରର ଶିକ୍ଷା ଓ ଜ୍ଞାନର ଦିବ୍ୟ ଦୃଷ୍ଟି ‘ପ୍ରଜାପତି’ ଅନୁଷ୍ଠାନ ପକ୍ଷରୁ ଚଳିତବର୍ଷ କବି ଡ. ଶରତ ମହାନ୍ତିଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’ ଓ ଗାଳ୍ପିକ ଅଶ୍ୱିନୀ କୁମାର ମହାନ୍ତିଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି।
କବି ଡ. ମହାନ୍ତିଙ୍କର ୭୦ରୁ ଅଧିକ ଗବେଷଣାତ୍ମକ ପ୍ରବନ୍ଧ ୫ଟି ସମୀକ୍ଷା ଗ୍ରନ୍ଥ ଓ ଅନେକ ଗବେଷଣା ପୁସ୍ତକ ପ୍ରକାଶିତ। ତାଙ୍କର ପ୍ରକାଶିତ କବିତା ପୁସ୍ତକ ‘ଆସଯିବା’, ‘ନିଜ ନିଜ ଲୋକ’, ‘ଅନାହତ ସ୍ପନ୍ଦନ’ ଓ ‘ଛାଇ ସହ କଥା’ ବେଶ ଚର୍ଚ୍ଚିତ ଓ ପାଠକପ୍ରିୟ। ସେହିପରି ଗାଳ୍ପିକ ଅଶ୍ୱିନୀ ମହାନ୍ତିଙ୍କର ବହୁ ଏକାକିକା ଓ ଭ୍ରମଣ କାହାଣୀ ପ୍ରକାଶିତ ହୋଇଛି। ଏହି ଦୁଇ ସଫଳ ସ୍ରଷ୍ଟାଙ୍କୁ ଆସନ୍ତା ଏପ୍ରିଲ ମାସରେ ଆୟୋଜିତ ହେବାକୁ ଥିବା ପାଠକ ସମାବେଶରେ ଉକ୍ତ ସମ୍ମାନ ପ୍ରଦାନ କରାଯିବ ବୋଲି ‘ପ୍ରଜାପତି’ର ପ୍ରତିଷ୍ଠାତା କବି ପ୍ରଶାନ୍ତ ଦାସ ଗୁରୁବାର ଏକ ପ୍ରେସ୍ ବିବୃତିରେ ଜଣାଇଛନ୍ତି।
ଶରତଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’, ଅଶ୍ୱିନୀଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’
Posted inଆମ ଜିଲା ଖବର, ବାଲେଶ୍ୱର View All
ଚମକିଲେ କୁନି ଝିଅ: ଇଫ୍ରାତ୍ ଜୋଏଲ୍ଙ୍କୁ ଲିଟିଲ ମିସ୍ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...
ବ୍ଲକ୍ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍ ପ୍ରଶାସନ ପକ୍ଷରୁ ଏକ...
ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
Archives


