Posted inଖେଳ

ଶରଥ କମଲ ଖେଳରନତ୍, ଦୀପଗ୍ରେସ୍‌ଙ୍କୁ ଅର୍ଜୁନ

ନୂଆଦିଲ୍ଳୀ, ୧ା୧୨ (ପି.ଟି.) ଟେବଲ ଟେନିସ କିମ୍ବଦନ୍ତୀ ଅଚନ୍ତା ଶରଥ କମଲଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି। ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶରଥଙ୍କୁ ସମ୍ମାନିତ କରିଛନ୍ତି। ଏକମାତ୍ର ଖେଳାଳି ଭାବରେ ଶରଥ ଖେଳରତ୍ନ ପୁରସ୍କାର ହାସଲ କରିଥିବା ବେଳେ ୨୫ ଜଣ କ୍ରୀଡାବିତ୍‌ଙ୍କୁ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ମହିଳା ହକି ଦଳର ଖେଳାଳି ତଥା ଏକମାତ୍ର ଓଡ଼ିଆ ଭାବରେ ଦୀପ୍‌ଗ୍ରେସ ଏକ୍କା ଅର୍ଜୁନ ପୁରସ୍କାର ତାଲିକାରେ ରହିଛନ୍ତି। ଭାରତୀୟ ମହିଳା ହକି ଦଳ ସହିତ ଏଫ୍‌ଆଇଏଚ୍‌ ଓମେନ୍ସ ନେସନ୍ସ କପ୍‌ ଖେଳିବା ପାଇଁ ସ୍ପେନ୍‌ର ଭାଲେନ୍ସିଆରେ ଥିବାରୁ ଦୀପ୍‌ଗ୍ରେସ ପୁରସ୍କାର ଗ୍ରହଣ କରିପାରି ନ ଥିଲେ। ]

ସଟଲର ଲକ୍ଷ୍ୟ ସେନ୍‌, ଏଚ୍‌. ଏସ୍‌. ପ୍ରଣୟ, ମହିଳା ବକ୍ସର ନିଖତ ଜରିନ୍‌ ଓ ଟ୍ରିପଲ ଜମ୍ପର ଏଲଧୋଶ ପଲ ପ୍ରମୁଖଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଥିଲା। ପୁରସ୍କାର ବିଜେତାଙ୍କୁ ୧୫ ଲକ୍ଷ ଟଙ୍କାର ଚେକ୍‌, ଏକ ତାମ୍ର ମୂର୍ତ୍ତି ଓ ମାନପତ୍ର ପ୍ରଦାନ କରିଥିଲେ ରାଷ୍ଟ୍ରପତି। ଭାରତୀୟ କ୍ରୀଡାରେ ଅନବଦ୍ୟ ଅବଦାନ ରଖିଥିବା କ୍ରୀଡାବିତ୍‌ମାନଙ୍କୁ ଏହି ଉତ୍ସବରେ ସମ୍ମାନିତ କରାଯାଇଥିଲା। ପ୍ରତିବର୍ଷ ଅଗଷ୍ଟ ୨୯ ତାରିଖରେ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ, ମାତ୍ର ବିଗତ ଦୁଇ ବର୍ଷ ହେବ ଭିନ୍ନ ତାରିଖରେ ଏହି ପୁରସ୍କାର ପ୍ରଦାନ କରାଯାଉଛି। ଦରବାର ହଲ୍‌ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୪୦ ବର୍ଷୀୟ ଟେବଲ ଟେନିସ ଷ୍ଟାର ଶରଥ ମୁଖ୍ୟ ଆକର୍ଷଣ ରହିଥିଲେ।

ଚଳିତ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡାରେ ସେ ୪ଟି ପଦକ ହାସଲ କରିଥିଲେ। ମନିକା ବାତ୍ରାଙ୍କ ପରେ ଦ୍ୱିତୀୟ ଖେଳାଳି ଭାବେ ସେ ଖେଳରତ୍ନ ପୁରସ୍କାର ହାସଲ କରିଛନ୍ତି। ଶରଥଙ୍କୁ ୨୫ ଲକ୍ଷ ଟଙ୍କା, ଏକ ପଦକ ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଶରଥ ବର୍ମିଂହାମରେ ମିକ୍ସଡ ଡବଲ୍ସ ଓ ସିଙ୍ଗଲ୍ସ ବର୍ଗରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହା ସହିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ସେ ନିଜର ତ୍ରୟୋଦଶ ପଦକ ହାସଲ କରିଥିଲେ। ଏହା ବ୍ୟତୀତ ୨୦୧୮ ଏସିଆନ୍‌ ଗେମ୍ସରେ ଦୁଇଟି ବ୍ରୋଞ୍ଜ ପଦକ ମଧ୍ୟ ହାସଲ କରିଥିଲେ। ଖେଳରତ୍ନ ପୁରସ୍କାର ପରେ ରାଷ୍ଟ୍ରପତି ଜୀବନବ୍ୟାପୀ ସାଧନା ପାଇଁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପ୍ରଦାନ କରିଥିଲେ। ରୋହିତ ଶର୍ମାଙ୍କ କୋଚ୍‌ ଦୀନେଶ ଜଓ୍ବାହାର ଲାଡ, ଫୁଟବଲ କୋଚ୍‌ ବିମଲ ପ୍ରଫୁଲ୍ଲ ଘୋଷ ଓ କୁସ୍ତିରେ ମେଣ୍ଟର ରାଜ ସିଂଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା।

ସେହିପରି ସାଧାରଣ ବର୍ଗରେ ଜିଓ୍ବନଜୋତ ସିଂ ତେଜା(ତୀରନ୍ଦାଜୀ), ମହମ୍ମଦ ଅଲୀ କମର(ବକ୍ସିଂ), ସୁମା ସିଦ୍ଧାର୍ଥ ଶିରୁର(ପାରା ଶୁଟିଂ) ଓ ସୁଜିତ ମାନ(କୁସ୍ତି)ଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା। ଜୀବନବ୍ୟାପୀ ସାଧନା ପାଇଁ ଅଶ୍ୱିନୀ ଆକୁଞ୍ଜି ସି(ଆଥଲେଟିକ୍ସ), ଧରମବୀର ସିଂ( ହକି), ବି ସି ସୁରେଶ(କବାଡି) ଓ ନିର ବାହଦୁର ଗୁରୁଙ୍ଗ(ପାରା ଆଥଲେଟିକ୍ସ)ଙ୍କୁ ଧ୍ୟାନଚାନ୍ଦ ପୁରସ୍କାର ପ୍ରଦାନ କରାଯାଇଥିଲା। କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଓ କ୍ରୀଡା ରାଷ୍ଟ୍ରମନ୍ତ୍ରୀ ନିଶିଥ୍‌ ପରମାଣିକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?