Posted inଖେଳ

‘ଲର୍ଡ ଶାର୍ଦ୍ଦୁଲ’ ନାମରେ ସୁପରହିଟ୍‌ ହେଲେ ଏହି ଭାରତୀୟ ଅଲରାଉଣ୍ଡର; କିଛି ଏଭଳି ପ୍ରତିକ୍ରିୟା ରଖିଲେ ସେ

ନୂଆଦିଲ୍ଲୀ,୭।୯: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ଅଲରାଉଣ୍ଡର ଶାର୍ଦ୍ଦୁଲ ଠାକୁରଙ୍କ ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ପ୍ରଶଂସିତ ହେଉଛନ୍ତି। ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ଉଭୟ ଇନିଂସରେ ସେ ୫୭ ଏବଂ ୬୦ ରନ୍‌ କରିବା ସହ ୩ ଉଇକେଟ ନେଇଥିଲେ। ଏହି ଟେଷ୍ଟରେ ଭାରତ ଇଂଲଣ୍ଡ ଟିମ୍‌କୁ ୧୫୭ ରନ୍‌ରେ ପରାସ୍ତ କରିଥିଲା। ମ୍ୟାଚ୍‌ରେ ଶାର୍ଦ୍ଦୁଲଙ୍କ ଅବଦାନ ଗୁରୁତ୍ୱପୁର୍ଣ୍ଣ ଥିବା ବେଳେ ଏବେ ସେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଏହାକୁ ନେଇ ତାଙ୍କୁ ସୋସିଆଲ ମିଡିଆରେ ପ୍ରଶଂସକମାନେ ନୂଆ ନାମ ଦେଇଛନ୍ତି।

କିଙ୍ଗ, ହିଟ୍‌ମ୍ୟାନ୍‌, ଥାଲାଙ୍କ ଭଳି ଶାର୍ଦ୍ଦୁଲଙ୍କୁ ‘ଲଡ୍‌ ଶାର୍ଦ୍ଦୁଲ’ ବୋଲି ପ୍ରଶଂସକ କହୁଛନ୍ତି। ଏପରିକି ତାଙ୍କୁ ନେଇ ଅନେକ ମେମେ ଭାଇରାଲ ହେଉଛି। କ୍ରିକେଟର ମଧ୍ୟ ନୂଆ ନାମ ପାଇ ବେଶ୍‌ ଖୁସି ଅଛନ୍ତି। ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସାଥୀ ଖେଳାଳି ଏବଂ ପ୍ରଶଂସକମାନଙ୍କ ଭଲପାଇବା ପାଇ ମୁଁ ବହୁତ ଖୁସି। ସେମାନେ ମୋତେ ଏକ ଡାକନାମ ଦେଇଥିଲେ। ଏବେ ମୋର ଦୁଇଟି ଡାକନାମ ହୋଇଛି ବୋଲି ସେ କହିଛନ୍ତି।

ଦେଖନ୍ତୁ ସେଭଳି କିଛି ମେମେ:


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ଲିଗ୍ ଇତିହାସରେ ନୂଆ ରେକର୍ଡ କଲା ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ,୨୦ା୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ଟି୨୦ ଲିଗ୍ ଇତିହାସରେ ପାୱାର୍ ପ୍ଲେ ମଧ୍ୟରେ ସର୍ବାଧିକ ସ୍କୋର କରିବାର ରେକର୍ଡ କରିଛି। ହାଇଦ୍ରାବାଦ ପାଇଁ...

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ...

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri