Posted inଖେଳ

ବିଶ୍ୱକପ୍‌ ଦଳରେ ଶାର୍ଦ୍ଦୁଳଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧୩।୧୦: ଚେନ୍ନାଇ ସପୁର କିଙ୍ଗ୍ସ (ସିଏସ୍‌କେ) ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରଙ୍କୁ ଟି୨୦ ବିଶ୍ୱକପ୍‌ ଲାଗି ଘୋଷିତ ଭାରତୀୟ ଦଳରେ ବୁଧବାର ସାମିଲ କରାଯାଇଛି। ତେବେ ପୂର୍ବରୁ ଘୋଷିତ ଦଳରୁ ସ୍ପିନ ଅଲରାଉଣ୍ଡର ଅକ୍ଷର ପଟେଲ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ ଶାର୍ଦ୍ଦୁଳଙ୍କୁ ସ୍ଥାନ ମିଳିଥିବା ଜଣାପଡ଼ିଛି। ପୂର୍ବରୁ ଦଳ ସହ ଘୋଷିତ ଷ୍ଟାଣ୍ଡବାଇ ଖେଳାଳିଙ୍କ ତାଲିକାରେ ଶାର୍ଦ୍ଦୁଳଙ୍କ ନାମ ଥିଲା।

ଏହି ପରିବର୍ତ୍ତନ ସହ ବିସିସିଆଇ ପକ୍ଷରୁ ଆହୁରି ଏକ ବଡ଼ ଘୋଷଣା କରାଯାଇଛି। ଟିମ୍‌ ଇଣ୍ଡିଆର ପ୍ରସ୍ତୁତିରେ ସାହାଯ୍ୟ କରିବା ପାଇଁ ଅତିରିକ୍ତ ୮ ଜଣ ଖେଳାଳି ଭରତୀୟ ଦଳର ବାୟୋବବଲରେ ଯୋଗଦେବେ। ସେମାନେ ହେଲେ ଆଭେଶ ଖାନ, ଉମ୍ରାନ ମଲିକ, ହର୍ଶଲ ପଟେଲ, ଲୁକମାନ ମେରିଓ୍ବାଲା, ଭେଙ୍କଟେଶ ଆୟାର, କର୍ନ ଶର୍ମା, ଶାହବାଜ ଅହମ୍ମଦ ଓ କେ. ଗୋଥାମ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri