Posted inଖେଳ

ଏଭଳି ଉପଅଧିନାୟକ କେଉଁଠି ମିଳିବେ: ଶାର୍ଦ୍ଦୁଳ କହିଲେ ପଡ଼ିଆରେ କୋହଲି ନୁହନ୍ତି ବରଂ ରୋହିତ…

ଅହମ୍ମଦାବାଦ,୨୦।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି୨୦ରେ ଉଲ୍ଲେଖନୀୟ ବୋଲିଂ କରି ଭାରତୀୟ ଦଳକୁ ଜିତାଇଥିଲେ ଶାର୍ଦ୍ଦୁଳ ଠାକୁର। ହେଲେ ମ୍ୟାଚ୍‌ରେ ଏଭଳି ଏକ ସମୟ ଥିଲା ଇଂଲଣ୍ଡ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି ଲାଗୁଥିଲା। ସେତେବେଳେ ଭାରତୀୟ ବୋଲର୍‌ମାନଙ୍କ ଉପରେ ଚାପ ରହିବା ସ୍ବାଭାବିକ। ଶେଷ ଓଭର ପକାଇବାକୁ ଆସିଥିବା ଶାର୍ଦ୍ଦୁଳ ମଧ୍ୟ ତାହା ଅନୁଭବ କରୁଥିଲେ। ମାତ୍ର ରୋହିତ ଶର୍ମାଙ୍କ ପଦିଏ କଥା ଶୁଣି ସେ ନିଜକୁ ଦୃଢ଼ କରିଥିଲେ। ମ୍ୟାଚ୍‌ ଶେଷ ହେବା ପରେ ଶାର୍ଦ୍ଦୁଳ କହିଛନ୍ତି, ମୁଁ ନିଜର ବୋଲିଂର ମଜା ଉଠାଉଥିଲି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନିଜର ଯୋଜନା ରହିଥିଲା। ହେଲେ ଚାପଗସ୍ତ ଲାଗିବା ସମୟରେ ନିଜ ମନ କଥା ଶୁଣି ବୋଲିଂ କରେ ବୋଲି କୋହଲି ନୁହନ୍ତି ବରଂ ରୋହିତ କହିଥିଲେ। ମଇଦାନରେ କାକର ପଡ଼ିଥିବାରୁ ବଲ୍‌ ଉପରେ ନିୟନ୍ତ୍ରଣ ରଖିବା କଠିନ ଥିଲା। ଗତ ତିନି ମ୍ୟାଚ୍‌ରେ ଏଭଳି ସ୍ଥିତି ନ ଥିଲା। ହେଲେ ଉକ୍ତ ମ୍ୟାଚ୍‌ରେ ଥିବା ଯୋଗୁ ଶେଷ ଓଭରରେ ବଲ୍‌ ସୁଇଂ ହେଉ ନ ଥିଲା। ହେଲେ ରୋହିତଙ୍କ କଥା ଶୁଣିବା ପରେ ସେ ଭଲ ବୋଲିଂ କରିବାକୁ ଚେଷ୍ଟା କରିଥିଲେ। ଶେଷରେ ପାଳିର ୧୬ ଓଭରରେ ଲଗାତାର ଦୁଇଟି ଉଇକେଟ ନେଇ ଭାରତକୁ ପ୍ରତ୍ୟାବର୍ତ୍ତନର ସୁଯୋଗ ଦେଇଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri