ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ବଜାର

ମୁମ଼୍ବାଇ, ୧୦।୦୬: ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଛନ୍ତି । ଏହାର ପ୍ରଭାବ ସେୟାର ମାର୍କେଟ୍‌ ଉପରେ ପଡ଼ିଛି । ସୋମବାର ମାର୍କେଟ୍‌ ଜୋଦରଦାର୍‌ ବୃଦ୍ଧି ସହିତ ଖୋଲି ଥିଲା । ଏଥିସହିତ ସମସ୍ତ ରେକର୍ଡ ଭାଙ୍ଗି ୭୭,୦୦୦ ପଏଣ୍ଟରେ ପହଞ୍ଚିଯାଇଥିଲା ।

ଦେଶରେ ଏନ୍‌ଡିଏ ସରକାର ଗଠନ ହୋଇସାରିଛି । ନରେନ୍ଦ୍ର ମୋଦି ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହାର ପ୍ରଭାବରୁ ସେୟାର ବଜାର ଇତିହାସ ରଚିଛି । ସପ୍ତାହର ଆରମ୍ଭ ଦିନରୁ ବିଏସ୍‌ଇର ସେନ୍‌ସେକ୍ସ ୩୨୩.୬୪ ଅଙ୍କ ବୃଦ୍ଧି ପାଇ ପ୍ରଥମଥର ପାଇଁ ୭୭,୦୦୦ ଅଙ୍କ ପାର କରିଛି। ଆଜି ୭୭,୦୧୭ ପଏଣ୍ଟରେ ମାର୍କେଟ୍‌ ଖୋଲିଛି। ଅନ୍ୟପଟେ ନିଫ୍ଟିରେ ମଧ୍ୟ ବୃଦ୍ଧି ପରିଲିକ୍ଷିତ ହୋଇଛି । ୧୦୫ ଅଙ୍କ ବୃଦ୍ଧି ପାଇ ୨୩,୪୦୦ରେ ଖୋଲିଛି।

ତେବେ ସୂଚନା ଥାଉକି, ଶୁକ୍ରବାର ଷ୍ଟକ୍‌ ଏକ୍ସଚେଞ୍ଜ ସେନ୍‌ସେକ୍ସର ସୂଚକାଙ୍କ ୧୭୦୦ ଅଙ୍କ ବୃଦ୍ଧି ସହିତ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଥିଲା। ସେନ୍‌ସେକ୍ସ ୭୬,୭୯୫.୩୧ ପଏଣ୍ଟରେ ପହଞ୍ଚିଯାଇଥିଲା। ପୂର୍ବରୁ ଏହି ରେକର୍ଡ ୭୬,୫୩୬.୨୯ ପଏଣ୍ଟ ରହିଥିଲା । ଅନ୍ୟପଟେ ନ୍ୟାସନାଲ ଷ୍ଟକ୍‌ ଏକ୍ସଚେଞ୍ଜର ନିଫ୍ଟି ୨.୦୫ ପ୍ରିତିଶତରୁ ଅଧିକ ବୃଦ୍ଧି ପାଇ ୨୩,୨୯୦.୧୫ ପଏଣ୍ଟରେ ବନ୍ଦ ହୋଇଥିଲା। ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ କମିଟିର ନିଷ୍ପତ୍ତି ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଥିଲା। କାରବାରର ମଝିରେ ଷ୍ଟକ୍‌ ଏକ୍ସଚେଞ୍ଜର ସେନ୍‌ସେକ୍ସ ନୂଆ ରେକର୍ଡ କରିବା ସ୍ତରରେ କାରବାର କରୁଥିଲା। ସେନ୍‌ସେକ୍ସରେ ପାଖାପାଖି ୧୩ ଶହ ଅଙ୍କରୁ ଅଧିକ ବୃଦ୍ଧି ଦେଖିବାକୁ ମିଳିଥିଲା। ଅନ୍ୟପଟେ ନିଫ୍ଟିରେ ୧୮୦ ଅଙ୍କରୁ ଅଧିକ ବଢ଼ିଥିଲା। ଯେଉଁ କାରଣରୁ ନିଫ୍ଟି ୨୩ ହଜାର ଅଙ୍କ ପାର କରିଥିଲା। ସେନ୍‌ସେକ୍ସରେ ଅଲ୍‌ ଟାଇମ୍‌ ରେକର୍ଡ ୭୬,୫୩୬.୨୯ ରହିଥିଲା। କାରବାର ମଝିରେ ଏହା ୭୬,୩୯୨ ଅଙ୍କ ଉପରେ କାରବାର କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri