ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ମାର୍କେଟ୍‌

ମୁମ଼୍ବାଇ, ୭ା୬: ଦେଶରେ ପୁଣିଥରେ ମୋଦି ସରକାର ଏବଂ ରିଜର୍ଭ ବ୍ୟାଙ୍କ୍‌ର ନିଷ୍ପତ୍ତିର ପ୍ରଭାବ ସେୟାର ବଜାର ଉପରେ ପଡ଼ିଥିବା ଦେଖିବାକୁ ମିଳିଛି।  ଷ୍ଟକ୍‌ ଏକ୍ସଚେଞ୍ଜ ସେନ୍‌ସେକ୍ସର ସୂଚକାଙ୍କ ୧୭୦୦ ଅଙ୍କ ବୃଦ୍ଧି ସହିତ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ସେନ୍‌ସେକ୍ସ ୭୬,୭୯୫.୩୧ ପଏଣ୍ଟରେ ପହଞ୍ଚିଯାଇଛି। ପୂର୍ବରୁ ଏହି ରେକର୍ଡ ୭୬,୫୩୬.୨୯ ପଏଣ୍ଟ ରହିଥିଲା । ଅନ୍ୟପଟେ ନ୍ୟାସନାଲ ଷ୍ଟକ୍‌ ଏକ୍ସଚେଞ୍ଜର ନିଫ୍ଟି ୨.୦୫ ପ୍ରିତିଶତରୁ ଅଧିକ ବୃଦ୍ଧି ପାଇ ୨୩,୨୯୦.୧୫ ପଏଣ୍ଟରେ ବନ୍ଦ ହୋଇଛି।
ତେବେ ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ କମିଟିର ନିଷ୍ପତ୍ତି ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଥିଲା। କାରବାରର ମଝିରେ ଷ୍ଟକ୍‌ ଏକ୍ସଚେଞ୍ଜର ସେନ୍‌ସେକ୍ସ ନୂଆ ରେକର୍ଡ କରିବା ସ୍ତରରେ କାରବାର କରୁଥିଲା। ସେନ୍‌ସେକ୍ସରେ ପାଖାପାଖି ୧୩ ଶହ ଅଙ୍କରୁ ଅଧିକ ବୃଦ୍ଧି ଦେଖିବାକୁ ମିଳିଥିଲା। ଅନ୍ୟପଟେ ନିଫ୍ଟିରେ ୧୮୦ ଅଙ୍କରୁ ଅଧିକ ବଢ଼ିଥିଲା। ଯେଉଁ କାରଣରୁ ନିଫ୍ଟି ୨୩ ହଜାର ଅଙ୍କ ପାର କରିଥିଲା। ସେନ୍‌ସେକ୍ସରେ ଅଲ୍‌ ଟାଇମ୍‌ ରେକର୍ଡ ୭୬,୫୩୬.୨୯ ରହିଥିଲା। କାରବାର ମଝିରେ ଏହା ୭୬,୩୯୨ ଅଙ୍କ ଉପରେ କାରବାର କରୁଥିଲା।

ସୂଚନା ଥାଉକି, ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣ ବଜେଟ ପୂର୍ବରୁ ଆରବିଆଇ ବହୁ ପ୍ରତୀକ୍ଷିତ ମୁଦ୍ରା ନୀତି କମିଟି ବୈଠକ ଆଜି ଶେଷ କରିଛି। ଏଥର ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ କରିବାକୁ କମିଟି ପୁଣି ଥରେ ନିଷ୍ପତ୍ତି ନେଇଛି। ଏହାର ଅର୍ଥ ହେଉଛି ରେପୋ ରେଟ୍‌ ୬.୫ ପ୍ରତିଶତରେ ସ୍ଥିର ରହିବାକୁ ଯାଉଛି। ରିଜର୍ଭ ବ୍ୟାଙ୍କର ଶକ୍ତିଶାଳୀ ମୁଦ୍ରା ନୀତି କମିଟିର କ୍ରମାଗତ ଅଷ୍ଟମ ବୈଠକରେ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। କେନ୍ଦ୍ରୀୟ ବ୍ୟାଙ୍କର ଏମ୍‌ପିସି ଗତ ଫେବୃଆରୀ ୨୦୨୩ରେ ରେପୋ ରେଟ୍‌କୁ ବଦଳାଇ ଦେଇଥିଲା ଏବଂ ପରେ ଏହାକୁ ୬.୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଏହାର ଅର୍ଥ ହେଉଛି ରେପୋ ରେଟ୍‌ ୧୬ ମାସ ପାଇଁ ସମାନ ସ୍ତରରେ ସ୍ଥିର ରହିଛି।
ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ଘୋଷଣା ସୁଧ ହାରରେ ହ୍ରାସ ଆଶା କରୁଥିବା ଲୋକଙ୍କୁ ନିରାଶ କରିଛି। ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ ହେବା ଯୋଗୁ, ଲୋକଙ୍କ ଇଏମ୍‌ଆଇଭାରରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏହି ଘୋଷଣା ସେହି ନିବେଶକମାନଙ୍କ ପାଇଁ ଏକ ଖୁସି ଖବର, ଯେଉଁମାନେ ଏଫ୍‌ଡିରେ ଟଙ୍କା ବିନିଯୋଗ କରିବାକୁ ପସନ୍ଦ କରନ୍ତି। ହାଇ ରେପୋ ରେଟ୍‌ ସ୍ଥିର ରହିବା ଅର୍ଥ ହେଉଛି ଏଫ୍‌ଡି ଉପରେ ଅଧିକ ସୁଧର ଲାଭ ଉପଲବ୍ଧ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri