ଇତିହାସ ରଚିବା ପରେ ଖସିଲା ଶେୟାର ମାର୍କେଟ୍‌

ମୁମ଼୍ବାଇ, ୧୦।୬: ସପ୍ତାହର ପ୍ରଥମ ଦିନ ଶେୟାର ମାର୍କେଟ ଏହାର ପୁରୁଣା ରେକର୍ଡ ଭାଙ୍ଗି ନୂଆ ଇତିହାସ ରଚିଥିଲା। ହେଲେ ସୋମବାର କାରବାର ଶେଷ ବେଳକୁ ବଜାରରେ ହ୍ରାସ ହୋଇଥିଲା । ଆଇଟି ଏବଂ ବ୍ୟାଙ୍କିଙ୍ଗ୍‌ ସେକ୍ଟର ଆଜି ଭଲ କାରବାର କରିଛି । ଏହି ଷ୍ଟକ୍ସରୁ ନିବେଶକ ଭଲ ଲାଭ କରିଛନ୍ତି । ସେନ୍‌ସେକ୍ସ ୫୯୦ ପଏଣ୍ଟ ଖସି ଯାଇଥିବା ବେଳେ ନିଫ୍ଟି ୧୫୦ ପଏଣ୍ଟ ଖସିଯାଇଥିଲା । କାରବାର ଶେଷ ବେଳକୁ ସେନ୍‌ସେକ୍ସ ୨୦୩ ପଏଣ୍ଟ ହ୍ରାସ ପାଇ ୭୬,୪୯୦ ଅଙ୍କରେ ଏବଂ ନିଫ୍ଟିରେ ୩୧ ପଏଣ୍ଟ ହ୍ରାସ ପାଇ ୨୩,୨୫୯ ଅଙ୍କରେ ବନ୍ଦ ହୋଇଥିଲା ।

ସୂଚନା ଥାଉକି, ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ଶେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଥିଲା । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଥିବା ବେଳେ ଏହାର ପ୍ରଭାବ ଶେୟାର ମାର୍କେଟ ଉପରେ ପଡ଼ିଛି । ସୋମବାର ମାର୍କେଟ ଜୋରଦାର୍‌ ବୃଦ୍ଧି ସହିତ ଖୋଲିଥିଲା । ଏଥିସହିତ ସମସ୍ତ ରେକର୍ଡ ଭାଙ୍ଗି ୭୭,୦୦୦ ପଏଣ୍ଟରେ ପହଞ୍ଚିଯାଇଥିଲା । ସପ୍ତାହର ଆରମ୍ଭ ଦିନରୁ ବିଏସଇର ସେନ୍ସେକ୍ସ ୩୨୩.୬୪ ଅଙ୍କ ବୃଦ୍ଧି ପାଇ ପ୍ରଥମଥର ପାଇଁ ୭୭,୦୦୦ ଅଙ୍କ ପାର କରିଥିଲା। ଆଜି ୭୭,୦୧୭ ପଏଣ୍ଟରେ ମାର୍କେଟ ଖୋଲିଥିଲା। ଅନ୍ୟପଟେ ନିଫ୍ଟିରେ ମଧ୍ୟ ବୃଦ୍ଧି ହୋଇ ୧୦୫ ଅଙ୍କ ବୃଦ୍ଧି ପାଇ ୨୩,୪୦୦ରେ ଖୋଲିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ ପାଇଁ ରହିଛି ଷ୍ଟକ୍‌

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବେ ଖୋଲା ଯୁଦ୍ଧରେ ପରିଣତ ହୋଇଛି, ଆମେରିକା ଏବଂ ଇସ୍ରାଏଲର ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଇରାନକୁ ଗଭୀର ଭାବରେ କ୍ଷତି ପହଞ୍ଚାଇଛି। ଇରାନ…

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ…

ଯୁଦ୍ଧ ଯୋଗୁ ପେଟ୍ରୋଲ ପରେ ବଢିଯିବ ଏଲପିଜି ଦର, ମାର୍ଚ୍ଚରୁ ୫୦% ମହଙ୍ଗା ହେବ ସିଲିଣ୍ଡର!

ନୂଆଦିଲ୍ଲୀ,୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ସିଧାସଳଖ ଭାରତୀୟ ରୋଷେଇ ବଜେଟକୁ ପ୍ରଭାବିତ କରିପାରେ। ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

ଯୁଦ୍ଧକୁ ନେଇ ଆଶଙ୍କାରେ ନିବେଶକ, ୧୦୪୮ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୩ା୩: ଇରାନ-ଆମେରିକା ଯୁଦ୍ଧ ପଶ୍ଚିମ ଏସିଆ ସମେତ ବିଶ୍ୱ ସମୁଦାୟକୁ ପ୍ରଭାବିତ କରିଛି। ଗୋଟିଏ ପଟେ ଯୁଦ୍ଧବିରତି ପରିବର୍ତ୍ତେ ଆଗକୁ ଆହୁରି ଜଟିଳ ରୂପ ନେବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri