ମୁମ୍ବାଇ,୧୫।୨: କ୍ରମାଗତ ୮ମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସ ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୦୦ (୧୯୯.୭୬) ପଏଣ୍ଟ କମି ୭୫,୯୩୯ (୭୫,୯୩୯.୨୧) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନଏସଇ)ର ନିଫ୍ଟି-୫୦ରେ ମଧ୍ୟ ୧୦୨ (୧୦୨.୧୫) ପଏଣ୍ଟ ହ୍ରାସ ଘଟି ୨୨,୯୨୯(୨୨,୯୨୯.୨୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।


