ୟୁ-ଟର୍ଣ୍ଣ ମାରିଲା ସେୟାର ବଜାର, ସେନ୍‌ସେକ୍ସରେ ୨୩ ୦୦ ପଏଣ୍ଟ ବୃଦ୍ଧି

ମୁମ଼୍ବାଇ,୫ା୬: ବୁଧବାର ସେୟାର ବଜାର ପୂର୍ବାବସ୍ଥାକୁ ଫେରିଥିବା ଦେଖିବାକୁ ମିଳିଛି। ସପ୍ତାହର ତୃତୀୟ ଦିନରେ ସେନ୍‌ସେକ୍ସରେ ୨୩୦୦ ପଏଣ୍ଟରୁ ଅଧିକ ବୃଦ୍ଧି ହୋଇଛି। ଅନ୍ୟପଟେ ନିଫ୍ଟିରେ ମଧ୍ୟ ୬୦୦ ଅଙ୍କ ବୃଦ୍ଧି ପରିଲିକ୍ଷିତ ହୋଇଛି । ଫଳରେ ସେନ୍‌ସେକ୍ସ ୭୪ ହଜାର ପାର କରିଥିବା ବେଳେ ନିଫ୍ଟି ୨୨,୫୦୦ ଅଙ୍କ ଅତିକ୍ରମ କରିଛି। ଦିନ ୨ଟା ସମୟ ପରେ କାରବାରରେ ସେନ୍‌ସେକ୍ସର ଇଣ୍ଡସ୍‌ଇଣ୍ଡ୍‌ ବ୍ୟାଙ୍କର ସେୟାର ୫ ପ୍ରତିଶତ ବୃଦ୍ଧି ହୋଇଛି। ବଜାଜ୍‌ ଫାଇନାନ୍ସ, ଏକ୍ସିସ୍‌ ବ୍ୟାଙ୍କ୍‌, କୋଟାକ୍‌ ବ୍ୟାଙ୍କ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌, ଏଚ୍‌ୟୁଏଲ, ମାରୁତି ଏବଂ ସନ୍‌ଫାର୍ମାର ସେୟାରରେ ମଧ୍ୟ ୪ ପ୍ରତିଶତରୁ ଅଧିକ ବୃଦ୍ଧି ଦେଖିବାକୁ ମିଳିଛି।

ବୁଧବାର କାରବାର ଆରମ୍ଭରୁ ସେନ୍‌ସେକ୍ସ ଏବଂ ନିଫ୍ଟିରେ ଲଗାତାର ବୃଦ୍ଧି-ହ୍ରାସ ଦେଖିବାକୁ ମିଳିଥିଲା। ମାର୍କେଟ୍‌ ଖୋଲିବା ପରେ ମାତ୍ର ୫ ମିନିଟ୍‌ରେ ୬୦୦ ଅଙ୍କ ବୃଦ୍ଧି ପାଇଥିଲା । କିନ୍ତୁ କିଛି ସମୟପରେ ଦୁଇ ଇଣ୍ଡେକ୍ସ ଲାଲ୍‌ ହୋଇଯାଇଥିଲା। ୧୫ ମିନିଟ୍‌ ମଧ୍ୟରେ ଦୁଇଥର ଏପରି ଦେଖିବାକୁ ମିଳିଥିଲା।

ସୂଚନା ଥାଉକି, ମଙ୍ଗଳବାର ସେୟାର ବଜାରରେ ଗୋଟିଏ ଦିନରେ ୬ ହଜାର ପଏଣ୍ଟ ଖସି ଯିବାରୁ ନିବେଶକଙ୍କ କୋଟି କୋଟି ଟଙ୍କା ବୁଡ଼ି ଯାଇଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ସେନ୍‌ସେକ୍ସ ୪,୩୯୦ ପଏଣ୍ଟ ହ୍ରାସ (୫.୭୪ ପ୍ରତିଶତ) ପାଇ ୭୨,୦୭୯.୦୫ ପଏଣ୍ଟରେ ବନ୍ଦ ହୋଇଥିଲା। ସେହିପରି ନିଫ୍ଟି ୧୩୭୯ ପଏଣ୍ଟ ହ୍ରାସ ହୋଇ ୨୧,୮୮୪.୫୦ରେ ବନ୍ଦ ହୋଇଥିଲା ।

ମଙ୍ଗଳବାର କାରବାର ଆରମ୍ଭରୁ ବମ୍ବେ ଷ୍ଟକ୍ ଏକ୍ସେଚେଞ୍ଜର ୩୦ ସେୟାର ବିଶିଷ୍ଟ ସେନ୍ସେକ୍ସ ୨୭୦୦ ଅଙ୍କ (୩.୬୬ ପ୍ରତିଶତ) ହ୍ରାସ ସହିତ ୭୩୬୬୯ ପଏଣ୍ଟକୁ ଖସି ଆସିଥିଲା| ସେହିପରି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୮୦୯ ଅଙ୍କ (୩.୬ ପ୍ରତିଶତ) ହ୍ରାସ ସହିତ ୨୨୪୦୯ ସହ ସଂଘର୍ଷ କରିଥିଲା| ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ଲିଷ୍ଟେଡ୍ ଥିବା କମ୍ପାନୀମାନଙ୍କର ମାର୍କେଟ୍ କ୍ୟାପିଟାଲାଇଜେସନ୍ ୮୭୮ ଲକ୍ଷ କୋଟିରୁ ୪୧୭.୧୩ ଲକ୍ଷ କୋଟିକୁ ଖସି ଆସିଥିଲା |

ସେନ୍ସେକ୍ସର ଇଣ୍ଡକ୍ସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଏଚ୍ଡିଏଫ୍ସି ବ୍ୟାଙ୍କର ୫୬୫ ପଏଣ୍ଟ ହ୍ରାସ ପାଇଥିଲା| ଏଥିସହିତ ଏଲ୍ ଆଣ୍ଡ୍ ଟି, ଏସ୍ବିଆଇ, ଆଇଟିସି, ଏନ୍ଟିପିସି ଏବଂ ପାଓ୍ୱାର ଗ୍ରିଡ୍ ଭଳି ବଡ଼ ବଡ଼ କମ୍ପାନୀର ସେୟାର ଆଜି ଡାଉନ୍ ରହିଥିଲା| ସେହିପରି ନିଫ୍ଚିରେ ଆଦାନୀ ପୋଟର୍ସ, ଆଦାନୀ ଏଣ୍ଟର ପ୍ରାଇଜ୍, ଏଲ୍ ଆଣ୍ଡ୍ ଟି, ଓଏନ୍ଜିସି ଏବଂ କୋଲ ଇଣ୍ଡିଆର ସେୟାର ଡାଉନ୍ ରହିଥିଲା|ଗତକାଲି ସେୟାର ମାର୍କେଟ୍ରେ ଉତ୍ସାହ ଦିଖିବାକୁ ମିଳିଥିଲା |ଏହାକୁ ନଜରରେ ରଖି ନିବେଶକ ଆଜି ମଧ୍ୟ କାରବାର ଆରମ୍ଭ କରିଥିଲେ| ହେଲେ ଆଜି ଟ୍ରେଡିଂ ଆରମ୍ଭରୁ ଏହା କ୍ରାସ୍ କରିଥିଲା|


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri