୧୪% ବଢ଼ିଲା ସ୍ପାଇସ୍‌ ଜେଟ୍‌ ଶେୟାର

ନୂଆଦିଲ୍ଲୀ: ଗୁରୁବାର ସ୍ପାଇସ୍‌ ଜେଟ କମ୍ପାନୀର ଶେୟାର କାରବାର ୧୪% ବଢ଼ିଥିବା ନଜରକୁ ଆସିଛି। ଆମେରିକାର ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ(ଏଫ୍‌ଏଏ) ବୋଇଂ ୭୩୭ ମାକ୍ସ ବିମାନର କମର୍ସିଆଲ ସେବାକୁ ଅନୁମତି ଦେବା ପରେ ଏହି ସ୍ପାଇସ୍‌ ଜେଟ୍‌ ବିମାନ କମ୍ପାନୀର ଶେୟାର କାରବାର ବେଶ୍‌ ଉନ୍ନତ ହୋଇଛି। ଏଭଳି ନିଷ୍ପତ୍ତି ଦ୍ୱାରା କମ୍ପାନୀର ବୋଇଂ ୭୩୭ ବିମାନଗୁଡିକ ଭାରତୀୟ ଆକାଶରେ ପୁଣି ଥରେ ଉଡ଼ିପାରିବ। ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ରେ ସ୍ପାଇସ ଜେଟ ଶେୟାର କାରବାର ୧୩.୬୩% ବଢି ୭୫.୪ ଟଙ୍କାରେ ପହଞ୍ଚିଥିଲା। ସେହିଭଳି ନିଫ୍ଟିରେ ଏହା ୧୩.୯୬% ବଢି ୭୫.୫ ଟଙ୍କା ସ୍ତର ଛୁଇଁଥିଲା। ସୂଚନାଯୋଗ୍ୟ, ବିମାନଯାତ୍ରୀଙ୍କ ନିରାପତ୍ତା ଦୃଷ୍ଟିକୋଣରୁ ଏହି ବିମାନଗୁଡିକର ଉଡାଣ ଉପରେ କଟକଣା ଲଗାଯାଇଥିଲା। ଭାରତରେ ସ୍ପାଇସ୍‌ ଜେଟ୍‌ ଏବଂ ଜେଟ୍‌ ଏୟାରଓ୍ବେଜ ଏହି ବିମାନଗୁଡିକ ପରିଚାଳନା କରାଉଥିଲା। ସ୍ପାଇସ୍‌ ଜେଟ୍‌ ନିକଟରେ ବୋଇଂ ୭୩୭ର ୧୩ଟି ବିମାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri