ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଲେ ଶରିଫ୍‌

ବେଜିଂ,୭ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶୋହବାଜ୍‌ ଶରିଫ ଶୁକ୍ରବାର ବେଜିଂରେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ସାକ୍ଷାତ କରିଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତୃତୀୟ ପାଳି ପାଇଁ ଶପଥ ନେବାକୁ ଯାଉଥିବାବେଳେ ଦୁଇ ପଡ଼ୋଶୀ ରାଷ୍ଟ୍ରମୁଖ୍ୟଙ୍କ ଏହି ଭେଟକୁ କୂଟନୈତିକ ସ୍ତରରେ ତାତ୍ପର୍ଯ୍ୟପୂର୍ଣ୍ଣ ମନେକରାଯାଉଛି। କାରଣ ଦକ୍ଷିଣ ଏସୀୟ ରାଷ୍ଟ୍ରଗୁଡ଼ିକର ମୁଖ୍ୟମାନଙ୍କୁ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କରାଯାଇଥିବାବେଳେ କେବଳ ପାକିସ୍ତାନକୁ ଡକାଯାଇ ନାହିଁ।

ଶେହବାଜ୍‌ଙ୍କ ବଡ଼ଭାଇ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍‌ ଶରିଫ୍‌ ଭାରତ-ପାକିସ୍ତାନ ସମ୍ପର୍କର ଜଣେ ବଡ଼ ସମର୍ଥକ ଭାବେ ଜଣାଶୁଣା। ୨୦୧୪ରେ ମୋଦି ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେବାବେଳେ ପାକିସ୍ତାନର ତତ୍କାଳୀନ ପ୍ରଧାନମନ୍ତ୍ରୀ ନଓ୍ବାଜ୍‌ ଶରିଫ୍‌ ଏଥିରେ ଯୋଗଦେଇଥିଲେ। ଇତିମଧ୍ୟରେ ଶେହବାଜ୍‌ଙ୍କ ସହ ସାକ୍ଷାତ ପରେ ଜିନ୍‌ପିଙ୍ଗ୍‌ କହିଛନ୍ତି, ପାକିସ୍ତାନ ସହ ରଣନୈତିକ ସମ୍ପର୍କ ବୃଦ୍ଧି, କ୍ଷେତ୍ରୀୟ ଶାନ୍ତି, ସ୍ଥିରତା, ବିକାଶ ଓ ସମୃଦ୍ଧି ଉପରେ ଆଲୋଚନା ହୋଇଛି। ଚାଇନା ପ୍ରତି ଦୀର୍ଘ ସମର୍ଥନ ପାଇଁ ଜିନ୍‌ପିଙ୍ଗ୍‌ ପାକିସ୍ତାନକୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri