ସରିଲା ମକରମେଳା

ଗୋପବନ୍ଧୁ ନଗର/ବୈଶିଙ୍ଗା,୨୧ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ଖଡିକାପଦା ଆଖଣ୍ଡଳମଣି ପୀଠରେ ଅନୁଷ୍ଠିତ ମକର ମେଳା ଉଦ୍‌ଯାପିତ ହୋଇଯାଇଛି। ପୂଜକ ରଶ୍ମି ରଞ୍ଜନ ହୋତା ଓ ଦିବ୍ୟ ସାଗର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ରୁଦ୍ରାଭିଷେକ, ରୁଦ୍ର ଚଣ୍ଡିପାଠ, ହୋମ ଯଜ୍ଞ ପ୍ରଭୃତି ୫ଦିନ ଧରି ଚାଲିଥିଲା। କାର୍ଯ୍ୟକ୍ରମକୁ ବୁଧିଆ ଦଣ୍ଡପାଟ, ବିଦେଶୀ ଚୌଧୁରୀ, ଶକୁନ୍ତଳା ମୁଖୀ, ଭାମା ମଳିକ, ଭାବ ମଳିକଙ୍କ ସମେତ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ପରିଚାଳନା କରିଥିଲେ। ସେହିପରି ପଟୁଆ ଓ ସିକିଡିଆଠାରେ ମଧ୍ୟ କମିଟି ପକ୍ଷରୁ ମକର ମେଳା ଅନୁଷ୍ଠିତ ହୋଇଯାଇଛି। ପଟୁଆଠାରେ ଭଜନ ସମାରୋହ ଓ ସିକିଡିଆଠାରେ ଯାତ୍ରା ପରିବେଷଣ ହୋଇଥିଲା।
ବୈଶିଙ୍ଗା ଥାନା ଅଧୀନ ବଣଦାମଦରପୁର ନିକଟସ୍ଥ ଡୁଟୁସାହିଠାରେ ୨୮ତମ ମକର ପର୍ବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ୩ଦିନ ଧରି ଫୁଟବଲ ମ୍ୟାଚ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଫାଇନାଲ ମ୍ୟାଚରେ କାକରାପାଳ ଟିମ୍‌ ଚାମ୍ପିୟନ ହୋଇଥିବା ବେଳେ ଦିଗିନୂଆସାହି ଟିମ ରନର୍ସଅପ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଭାଜପା ଜିଲା ସଭାପତି କାନ୍ଦରା ସୋରେନ, ମୁଖ୍ୟବକ୍ତା ବଡ଼ସାହି ବିଧାୟକ ସନାତନ ବିଜୁଳି, ସମ୍ମାନିତ ଅତିଥି ଭାବେ ଓବିସି ମୋର୍ଚ୍ଚା ଜିଲା ସଭାପତି ବ୍ରଜମୋହନ ବେହେରା, ଚନ୍ଦ୍ରହାସ୍ୟ ପାଣିଗ୍ରାହୀ, ବୈଶିଙ୍ଗା ମଣ୍ଡଳ ଯୁବମୋର୍ଚ୍ଚା ସଭାପତି ଉତ୍ସର୍ଗ ବେହେରା, ସର୍ବେଶ୍ୱର ନାୟକ, ରତିକାନ୍ତ ମହାନ୍ତ, କେନ୍ଦୁଆ ପଞ୍ଚାୟତ ସରପଞ୍ଚ ମନମୋହନ ମାଝି ଉପସ୍ଥିତ ରହି କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ପୁରସ୍କାର ବିତରଣ କରିଥିଲେ। ପ୍ରଶାନ୍ତ ସାମଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri