‘ଅନ୍ୟମାନଙ୍କୁ ଜ୍ଞାନ ବାଣ୍ଟିଲେ ଲକ୍ଷ୍ୟ ସାଧନ ହୋଇଥାଏ’

ଭଞ୍ଜନଗର,୧୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ୭ ଦିନ ବ୍ୟାପୀ ଶୀତକାଳୀନ ସ୍ବତନ୍ତ୍ର ଶିବିର ପୋଷ୍ୟ ଗ୍ରାମ ଶ୍ରୀରାମ ନଗର ଓ ଛେଦାଭୂମି ରୋଡ୍‌ରେ ଚାଲିଥିଲା। ରବିବାର ତାହା ଉଦ୍‌ଯାପିତ ହୋଇଯାଇଛି। ଏଥିରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରରୁ ସ୍ବେଚ୍ଛାସେବୀମାନେ ଯେଉଁ ଜ୍ଞାନ ଆହରଣ କଲେ ତାହା ଅନ୍ୟମାନଙ୍କ ସେବାରେ ଲଗାଇଲେ ଶିବିରର ଲକ୍ଷ୍ୟ ସାଧନ ହୋଇପାରିବ ବୋଲି କହିଥିଲେ। ତେଣୁ ସ୍ବେଚ୍ଛାସେବୀମାନେ ଏଥିପ୍ରତି ଦୃଷ୍ଟି ଦେବାକୁ ଉପସ୍ଥିତ ସ୍ବେଚ୍ଛାସେବୀଙ୍କୁ ଅଧ୍ୟକ୍ଷ ଆହ୍ବାନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ପ୍ରାଧ୍ୟାପକ ତଥା କେମିଷ୍ଟ୍ରି ବିଭାଗର ମୁଖ୍ୟ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ଫିଜିକ୍ସ ବିଭାଗର ମୁଖ୍ୟ ପ୍ରଫେସର ପ୍ରଶାନ୍ତ କୁମାର ରଥ, ବଟନି ବିଭାଗର ମୁଖ୍ୟ ଅଧ୍ୟାପିକା ସୁନିତାରାଣୀ ଖଣ୍ଡୁଆଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ବେଚ୍ଛାସେବୀମାନଙ୍କୁ ଉତ୍ସାହିତ କରିଥିଲେ। ଶାଖା ୨ ଯୋଜନା ଅଧିକାରିଣୀ ସସ୍ମିତା କୁମାରୀ ଦାସ ସଭାକୁ ସଂଯୋଜନା କରିଥିବା ବେଳେ ଶାଖା ୧ ଅଧିକାରୀ ବି ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ସ୍ବେଚ୍ଛାସେବୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ବିଭିନ୍ନ ଦିବସରେ ସ୍ବେଚ୍ଛାସେବୀମାନେ ନିଶା ନିବାରଣ, ପ୍ଲାଷ୍ଟିକ ମୁକ୍ତ ଅଭିଯାନ, ସ୍ବଚ୍ଛ ଭାରତ ଅଭିଯାନ, ବାଲ୍ୟ ବିବାହ, ସାମାଜିକ ଆର୍ଥିକ ସମୀକ୍ଷା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଅଧ୍ୟାପିକା ମାମାଲି ନାୟକ, ପ୍ରସନ୍ନ କୁମାର ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ କୂଅରେ ପଡ଼ିଗଲା ଦନ୍ତା ହାତୀ: ଆଉ ତା’ପରେ…

କେନ୍ଦୁଝର,୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ବନାଯୋଡ଼ି ଗାଁରେ ଜଣେ ବ୍ୟକ୍ତିଙ୍କ ପୁରୁଣା ପଥର କୂଅରେ ଗତ କାଲି ରାତିରେ ଏକ ବୟସ୍କ…

ଟି୨୦ ବିଶ୍ୱକପରେ ଇତିହାସ ରଚିଲେ ଫିନ ଆଲେନ: ଭାଙ୍ଗିଲେ ୫ ବଡ଼ ରେକର୍ଡ

କୋଲକାତା,୫।୩: ନ୍ୟୁଜିଲାଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଫିନ ଆଲେନ ୨୦୨୬ ଟି୨୦ ବିଶ୍ୱକପ ର ପ୍ରଥମ ସେମିଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩୩ ବଲ୍‌ରେ ଶତକ ହାସଲ କରି…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri