‘ବିକଶିତ ହେବ ଶାରୀଶୁଆ ଜଳପ୍ରପାତ’

ଖଇରା, ୨୩।୧୨(ଡି.ଏନ.ଏ.): ଆଉ ଦିନକ ପରେ କୁପାରୀ ପର୍ଯ୍ୟଟନ କ୍ଷେତ୍ରର ୨ ପ୍ରମୁଖ ପ୍ରକଳ୍ପ ଶାରୀଶୁଆ ପାହାଡ ଜଳପ୍ରପାତ ଓ କୁପାରୀ ନାଟ୍ୟମଣ୍ଡପକୁ ଅନ୍ୟ କିଛି ସହଯୋଗୀ ମନ୍ତ୍ରୀଙ୍କ ସହ ଶିଳାନ୍ୟାସ କରିବେ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ। ବାଲେଶ୍ୱର ଜିଲା ଖଇରା ବ୍ଲକ କୁପାରୀ ପର୍ଯ୍ୟଟନ କ୍ଷେତ୍ରର ସୌନ୍ଦର୍ଯ୍ୟ ୨ଗୁଣ ବୃଦ୍ଧି ପାଇବା ସହ ପର୍ଯ୍ୟଟକମାନେ ଏହାର ଭରପୁର ମଜା ନେବେ। କେବଳ ବର୍ଷାଦିନିଆ ସୃଷ୍ଟି ହେଉଥିବା ଶାରିଶୁଆ ପାହାଡ଼ର ଏହି ଜଳପ୍ରପାତ ସବୁଦିନିଆ ପ୍ରପାତରେ ରୂପାନ୍ତରିତ ପାଇଁ ସ୍ଥପତିମାନଙ୍କ ଦ୍ୱାରା ନକ୍ସା ପ୍ରସ୍ତୁତ କରାଯାଇଛି। ଆନୁମାନିକ ୨କୋଟି ୫୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏକି ପ୍ରକଳ୍ପକୁ ସୌନ୍ଦର୍ଯ୍ୟକରଣ କରାଯିବା ସହ ପର୍ଯ୍ୟଟକଙ୍କ ପାଇଁ ଗାଧୁଆ ଘର, ଭୁଦୃଶ୍ୟ, ବଣଭୋଜି ପାଇଁ ସ୍ବତନ୍ତ୍ର ସ୍ଥାନ ନିର୍ମାଣ, ଗାଡି ପାର୍କିଂ, ଫଟୋତ୍ତୋଳନ ପଏଣ୍ଟ ସମେତ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି।
ଉଲ୍ଲେଖଯୋଗ୍ୟ, ଉକ୍ତ ପ୍ରାକୃତିକ ଜଳପ୍ରପାତ ବର୍ଷାଋତୁରେ କିଛି ମାସ ପ୍ରବାହିତ ହେବା ପରେ ଧାର ନିମ୍ନଭାଗକୁ ଚାଲିଯାଉଥିଲା।
ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ଦାୟିତ୍ୱ ଗ୍ରହଣ କରିବା ପରେ ଆର୍କିଟେକ୍ସ ଟିମ୍‌ ସହାୟତାରେ ଏହା କିଭଳି ସବୁଦିନିଆ ପ୍ରପାତକୁ ରୂପାନ୍ତରିତ ହୋଇପାରିବ ସେଥିପ୍ରତି ବିଶେଷ ଧ୍ୟାନ ଦେଇଥିଲେ। ଏଭଳି ପ୍ରକଳ୍ପକୁ ସ୍ଥାନୀୟ ଖଣି ମାଫିଆମାନେ ବିରୋଧ କରିବା ପରେ ଶିଳାନ୍ୟାସରେ ବିଳମ୍ବ ହୋଇଥିଲା। ଏହା କୁପାରୀ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରେ ଆସୁଥିବାରୁ ଏହାକୁ ବିକଶିତ କରିବାକୁ ସ୍ଥାନୀୟ ଜନସାଧାରଣ, ପାହାଡ ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀମାନେ ଦାବି କରିଥିଲେ। ୨ବର୍ଷ ପରେ ଦାବି ପୂରଣ ହେଉଥିବାରୁ କୁପାରୀ ତଥା ଆଖପାଖ ଗ୍ରାମର ପ୍ରତ୍ୟେକ ପରିବାର ଖୁସି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri