ଅସୁରକ୍ଷିତ ଶାରୀଶୂଆ ଜଳପ୍ରପାତ: କଟକଣା ନାହିଁ, ବଳି ପଡୁଛି ଜୀବନ

ଖଇରା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡରେ ଥିବା ଜଳପ୍ରପାତ ଏବେ ଅସୁରକ୍ଷିତ ଅବସ୍ଥାରେ ଅଛି। ଦୈନିକ ଆସୁଥିବା ଶହ ଶହ ସଂଖ୍ୟାର ଯୁବଗୋଷ୍ଠୀଙ୍କ ଉପରେ ପୋଲିସର କଟକଣା ଅଭାବରୁ ଜୀବନହାନି ହେଉଥିବା ଅଭିଯୋଗ ହୋଇଛି। ପୁନଶ୍ଚ ରବିବାର ଖଇରା ବ୍ଲକ ଅନ୍ତରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ଶୁକ୍ଳ ନାମ୍ନୀ ଜଣେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣା ଖଇରା ଜନସାଧାରଣଙ୍କ ଆଖିରୁ ନିଦ ହଜାଇ ଦେଇଛି। ପୂର୍ଣ୍ଣଚନ୍ଦ୍ର ଅନ୍ୟ ଭଉଣୀଭାଇଙ୍କ ସହ ଜଳପ୍ରପାତ ଦେଖିବାକୁ ଗୋଳିହା ଗ୍ରାମର ନିଜ ପିଉସା ସଞ୍ଜୟ ପାଢୀଙ୍କ ସହ ଶାରୀଶୁଆ ପାହାଡକୁ ଯାଇଥିଲେ। ସେଠାରୁ ଓହ୍ଳାଉଥିବା ବେଳେ ଏକ ପଥରଖଣ୍ଡ ତାଙ୍କ ଉପରେ ଖସିପଡିବାରୁ ପ୍ରାଣ ହରାଇବା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ତୁରନ୍ତ ଉକ୍ତ ପ୍ରକଳ୍ପର ଉନ୍ନତୀକରଣ ନ ହେବା ପର୍ଯ୍ୟନ୍ତ ଜନସାଧାରଣଙ୍କ ଯାତାୟାତ ବନ୍ଦ ରଖିବାକୁ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଦାବି ହୋଇଛି।
ଉକ୍ତ ଜଳପ୍ରପାତର ଉନ୍ନତୀକରଣ ଲାଗି ପର୍ଯ୍ୟଟନ ବିଭାଗ ପକ୍ଷରୁ ନକ୍ସା ପ୍ରସ୍ତୁତି କରାଯିବା ସହ କିଛି ମାସ ତଳେ ଇଞ୍ଜିନୟରିଂ ଟିମ୍‌ ପକ୍ଷରୁ ସର୍ଭେ କରାଯାଇଥିଲା। ଅସୁରକ୍ଷିତ ଥିବା ଏହି ପ୍ରକଳ୍ପ କିଭଳି ପର୍ଯ୍ୟଟକଙ୍କ ପାଇଁ ସୁରକ୍ଷିତ କରାଯାଇପାରିବ ସେ ସମ୍ପର୍କରେ ଏହି ଟିମ୍‌ ବୁଲି ଦେଖିଥିଲେ। ହେଲେ ଏଠାରେ ଏକ ପ୍ରପାତ ଥିବା ନେଇ ଗଣମାଧ୍ୟମରେ ପ୍ରଚାର ପ୍ରସାର ହେବା ମାତ୍ରେ ଗତ ୩ମାସ ହେବ ଦୂରଦୂରାନ୍ତରୁ ସଂଖ୍ୟାଧିକ ଯୁବଗୋଷ୍ଠୀ ବିଶୃଙ୍ଖଳିତ ଭାବେ ପ୍ରପାତରେ ଗାଧୋଇବା ସହ ପାହାଡ ଉପରେ ବୁଲାବୁଲି କରୁଥିବା ଅଭିଯୋଗ ହୋଇଥିଲା। ଏଭଳି ଅସୁରକ୍ଷିତ ଯାତ୍ରା ମଧ୍ୟରେ ଛୋଟମୋଟ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଆସୁଥିଲା। ଆସନ୍ନ ବିପଦ ଏଡାଇବା ପାଇଁ ପର୍ଯ୍ୟଟକଙ୍କ ଏଭଳି ଗହଳି ରୋକିବାକୁ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ସହ ସୋସିଆଲ ମିଡିଆରେ ବହୁ ଭିଡିଓ ଭାଇରାଲ ହୋଇଥିଲା। ପ୍ରଶାସନର ଅପାରଗତ କାରଣରୁ ଏଭଳି ଜୀବନହାନି ହେଉଥିବା ପ୍ରାଣ ହରାଇଥିବା ପୂର୍ଣ୍ଣଚନ୍ଦ୍ରଙ୍କ ସମ୍ପର୍କୀୟଙ୍କ ତରଫରୁ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri