Posted inଜାତୀୟ

ପୂର୍ବତନ ମନ୍ତ୍ରୀ ହତ୍ୟା ମାମଲାରେ ଶର୍ମିଲା ସାକ୍ଷୀ

ହାଇଦ୍ରାବାଦ,୨୩।୭: ଆନ୍ଧ୍ରପ୍ରଦେଶର ପୂର୍ବତନ ମନ୍ତ୍ରୀ ଓ୍ବାଇ.ଏସ୍‌. ବିବେକାନନ୍ଦ ରେଡ୍ଡୀ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କ ଭଉଣୀ ତଥା ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟିର ପ୍ରତିଷ୍ଠାତା ଶର୍ମିଲା ସିବିଆଇର ଗୁପ୍ତ ସାକ୍ଷୀ ରହିଥିବା ଜଣାପଡ଼ିଛି। ଶର୍ମିଲାଙ୍କ ବୟାନ ସହ ସିବିଆଇର ଚୂଡ଼ାନ୍ତ ଚାର୍ଜଶିଟ୍‌ ଶୁକ୍ରବାର ସାମ୍‌ନାକୁ ଆସିଛି। ଦାଦା ବିବେକାନନ୍ଦଙ୍କ ହତ୍ୟା ପଛରେ ରାଜନୈତିକ ଉଦ୍ଦେଶ୍ୟ ରହିଥିବା ଶର୍ମିଲା ସିବିଆଇ ଅଧିକାରୀଙ୍କ ନିକଟରେ ହାଜର ହୋଇ କହିଥିଲେ। ୨୦୧୯ ଲୋକ ସଭା ନିର୍ବାଚନ ପୂର୍ବରୁ ଓ୍ବାଇଏସ୍‌ଆର୍‌ସିପିର କଡ଼ପା ଏମ୍‌ପି ଓ୍ବାଇଏସ୍‌ ଅବିନାଶ ରେଡ୍ଡୀ ଯେପରି ଟିକେଟ ନ ପାଇବେ ତାହା ସୁନିଶ୍ଚିତ କରିବା ଲାଗି ବିବେକାନନ୍ଦଙ୍କୁ ହତ୍ୟା କରାଯାଇଥିବା ସେ ସିବିଆଇ ଅଧିକାରୀମାନଙ୍କ ଆଗରେ ବୟାନ ଦେଇଥିଲେ।
ପ୍ରକାଶ ଯେ, ନିର୍ବାଚନ ପ୍ରଚାର ବେଳେ ୨୦୧୯ ମାର୍ଚ୍ଚ ୧୫ରେ ବିବେକାନନ୍ଦଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ସିବିଆଇ ଚୂଡ଼ାନ୍ତ ଚାର୍ଜଶିଟ୍‌ ଦାଖଲ କରିଛି, ଯେଉଁଥିରେ ଅବିନାଶ ଓ ତାଙ୍କ ବାପା ଭାସ୍କର ରେଡ୍ଡୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ଏବଂ ଅପରାଧ ଭିଆଇବା ପାଇଁ ୪ ସୁପାରି କିଲରଙ୍କୁ ଟଙ୍କା ଦେବା ନେଇ ଅଭିଯୁକ୍ତ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?