Posted inଜାତୀୟ

କଂଗ୍ରେସରେ ସାମିଲ ହେବେ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ ଶର୍ମିଲା

ହାଇଦ୍ରାବାଦ,୨।୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ ଶର୍ମିଲା କଂଗ୍ରେସରେ ଯୋଗ ଦେବାର ସମ୍ଭାବନା ରହିଛି । ରିପୋର୍ଟ ଅନୁଯାୟୀ, ସେ ଏହି ସପ୍ତାହ ଶେଷ ସୁଦ୍ଧା ଦିଲ୍ଲୀରେ କଂଗ୍ରେସରେ ଯୋଗଦେବେ ବୋଲି କୁହାଯାଉଛି। ୱାଇଏସ ଶର୍ମିଲା ଏବେ ୱାଇଏସଆର୍‌ ତେଲେଙ୍ଗାନା ପାର୍ଟିର ପ୍ରତିଷ୍ଠାତା ତଥା ସଭାପତି ଅଛନ୍ତି।

ତେଲଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇଥିବା ବେଳେ ଏହାର କିଛି ଦିନ ପରେ ରାଜ୍ୟରେ ଭାରତ ରାଷ୍ଟ୍ର ସମିତି (ବିଆରଏସ)ର ଗୁରୁତ୍ୱ ଶେଷ ହୋଇଛି। ୱାଇଏସ ଶର୍ମିଲା ମଙ୍ଗଳବାର ସମସ୍ତ ନେତାଙ୍କ ସହ ଏକ ବେଠକ ଡାକିଛନ୍ତି। ଯେଉଁଥିରେ ଓ୍ବାଇଏସଆର ତେଲଙ୍ଗାନା ପାର୍ଟି (ଓ୍ବାଇଏସଆରଟିପି)କୁ କଂଗ୍ରେସ ସହିତ ମିଶ୍ରଣ କରିବା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

ଆପଣଙ୍କୁ କହିରଖୁଛୁ ଯେ ଚଳିତ ବର୍ଷ ଆନ୍ଧ୍ରପ୍ରଦେଶରେ ବିଧାନସଭା ନିର୍ବାଚନ ମଧ୍ୟ ହେବ। ଏଭଳି ପରିସ୍ଥିତିରେ ଦଳ ଶର୍ମିଲାଙ୍କୁ ବଡ ଦାୟିତ୍ୱ ଦେଇ ଦଳକୁ ପୁଣି ଛିଡା କରିବାକୁ ପ୍ରସ୍ତୁତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri