ମାନସଙ୍କୁ ମାରିଥିବା ନେଇ ମାନିଲେ ଶର୍ମିଷ୍ଠା , ହେଲେ କହିଲେନି କାରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଶୁକ୍ରବାର ନିଜର ଦୋଷ ସ୍ବୀକାର କରିଛନ୍ତି। ଏପରିକି ସ୍କ୍ରିନ ରିକ୍ରିଏଶନ ସହ ପୂରା କାହାଣୀ ବର୍ଣ୍ଣନା କରିଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି। ମାତ୍ର ଏ ନେଇ ଜାରି ହୋଇଥିବା ବିଜ୍ଞପ୍ତିରେ ହତ୍ୟାକାଣ୍ଡ ପଛରେ ରହିଥିବା କାରଣ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ । ତେବେ ଏହା ସ୍ପଷ୍ଟ କରୁଛି ଶର୍ମିଷ୍ଠା ଅପହରଣ କରି ମାନସଙ୍କୁ ମାରିଲେ, ପରେ ପୋତିଦେବା କଥା ମାନିଛନ୍ତି। ହେଲେ କାରଣ କହି ନାହାନ୍ତି। ତେବେ ବିନା କିଛି କାରଣରେ ଜଣେ ଏପରି କାହିଁକି କରିବ ଏହାକୁ ନେଇ ମଧ୍ୟ ସାଧାରଣରେ ପ୍ରଶ୍ନ ଉଠୁଛି ।
କ୍ରାଇମବ୍ରାଞ୍ଚର ସୂଚନା ଅନୁଯାୟୀ, ଜେରା ବେଳେ ଶର୍ମିଷ୍ଠା କହିଥିଲେ, ଫେବୃଆରୀ ୭ ରେ ରଞ୍ଜନ ନାଏକ, ଝୁନା ଭୋଇ, ଭାଗ୍ୟଧର ନାୟକ ଓ ନିଲୁ ଓରଫ ବିବେକ ସହିତ ମିଶି ସେ ତାଙ୍କ କାରରେ ମାନସଙ୍କୁ ଭଦ୍ରକ ଜିଲା ଚାନ୍ଦବାଲି ଥାନା ପଳାସପୁରରୁ ଅପହରଣ କରିଥିଲେ। ସେମାନେ ମାନସଙ୍କୁ ଭୁବନେଶ୍ୱରର ଏୟାରଫିଲ୍ମ ଥାନା ଅନ୍ତର୍ଗତ ଦୟାଲ ଆଶ୍ରମକୁ ଆଣିଥିଲେ। ମଧ୍ୟାହ୍ନ ସୁଦ୍ଧା ସେମାନେ ଆଶ୍ରମରେ ପହଞ୍ଚି ଯାଇଥିଲେ। ସେମାନେ ଆଶ୍ରମରେ ମାନସଙ୍କୁ ପିଟିଥିଲେ। ସେଠାରେ ମାନସର ମୃତ୍ୟୁ ହୋଇଯିବା ପରେ ୮ ତାରିଖ ଅପରାହ୍ନରେ ଶର୍ମିଷ୍ଠାଙ୍କ କାରରେ ମୃତଦେହକୁ ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳକୁ ନେଇଥିଲେ। ସନ୍ଦ୍ୟାରେ ମାନସଙ୍କ ମୃତଦେହକୁ ପୋତି ଦେଇଥିଲେ। ମୃତଦେହକୁ ପୋତିବା ପରେ ସେମାନେ ଚଣ୍ଡିଖୋଲ ଯାଇ ସେଠାରୁ ଦୁଇ କିଲୋମିଟର ଦୂରରେ ଦଇତାରୀ-ପାରାଦୀପ ଏକ୍ସପ୍ରେସ ହାଇୱେ ପାଖରେ ମୃତଦେହକୁ ପୋତିବା ପାଇଁ ବ୍ୟବହୃତ ଥିବା ଗଇଁତି, ଫାଉଡ଼ା ସହିତ ଏକ ଅଖା ଓ ଶାଢ଼ି ଫୋପାଡ଼ି ଦେଇଥିଲେ।
ଝୁନା ଭୋଇଙ୍କ ସହିତ ଶର୍ମିଷ୍ଠା ଭୁବନେଶ୍ୱର ଏକ ନଂ ମାର୍କେଟକୁ ଯାଇ ଅଖା, ଗ୍ଲୋବ୍ସ, ସୁତୁଲି କିଣିଥିଲେ। ନୟାଗଡ଼ ଅଭିମୁଖେ ଯାଉଥିବା ବେଳେ ରାଜସୁନାଖଳାରୁ ୧୦ କେଜି ଲୁଣ କିଣିଥିଲେ। ସେହିପରି ଶର୍ମିଷ୍ଠାଙ୍କ ସହଯୋଗୀ ଭାଗ୍ୟଧର ନାୟକ ଓ ରଞ୍ଜନ ରାଜସୁନାଖଳାରୁ କୋଦାଳ ଏବଂ ଗଇଁତି କିଣିଥିଲେ। ଏହା ପରେ ମୃତଦେହକୁ ପୋତିବା ପାଇଁ ସ୍ଥାନ ସ୍ଥିର କରିଥିଲେ। ନିଷ୍ପତ୍ତି ଅନୁସାରେ ଭାଗ୍ୟଧରଙ୍କ ଗାଁ ରଣପୁର ଥାନା ବଧିପାଟଣାଠାରୁ ଦୁଇରୁ ତିନି କିମି ଦୂରରେ ମାନସଙ୍କ ମୃତଦେହ ପୋତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri