ଶର୍ମିଷ୍ଠାଙ୍କୁ ସ୍ପଟ୍‌କୁ ନେଲା କ୍ରାଇମବ୍ରାଞ୍ଚ, ହୋଇପାରେ ସିନ୍‌ ରିକ୍ରିଏଶନ

କଟକ ଅଫିସ,୧ା୪: କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାର ଆଜି ହେଉଛି ଚତୁର୍ଥ ଦିନ। ହତ୍ୟାରେ ବ୍ୟବହୃତ ସାମଗ୍ରୀ ଜବତ ହୋଇ ସାରିଥିବା ବେଳେ ଯେଉଁ ମେମୋରି ଚିପ ପାଇଁ ହତ୍ୟାକାଣ୍ଡ ହୋଇଥିବା ଆଲୋଚନା ହେଉଛି ସେନେଇ ଟେର ପାଉନି କ୍ରାଇମବାଞ୍ଚ ଟିମ୍‌। ଗୁରୁବାର ଘଟଣାର ଅଭିଯୁକ୍ତ ରଞ୍ଜନଙ୍କୁ ଚଣ୍ଡିଖୋଲର ଶଙ୍ଖାରିଗଡ଼ାରୁ ହତ୍ୟାରେ ବ୍ୟବହୃତ ସାମଗ୍ରୀ କ୍ରାଇମବ୍ରାଞ୍ଚ ଟିମ ଜବତ କରିଥିବା ବେଳେ ଶୁକ୍ରବାର ସକାଳୁ ଶର୍ମିଷ୍ଠାଙ୍କୁ ଧରି କେଉଁଆଡ଼େ ଯାଇଛି କ୍ରାଇମବ୍ରାଞ୍ଚ ଟିମ୍‌। ଆଜି କ୍ରାଇମବ୍ରାଞ୍ଚ ଘଟଣାର ସିନ୍‌ ରିକ୍ରିଏଶନ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି ।

ମାନସ ମୃତ୍ୟୁ ମାମଲାରେ ୪ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। ଏହି ୫ ଦିନ ଭିତରେ ମାନସ ମୃତ୍ୟୁ ସମ୍ପର୍କରେ ସମସ୍ତ ତଥ୍ୟ ଓଗାଳିବାକୁ ଚେଷ୍ଟା କରୁଛି ତଦନ୍ତକାରୀ ସଂସ୍ଥା। ଶନିବାର ସମସ୍ତ ଅଭିଯୁକ୍ତଙ୍କର ରିମାଣ୍ଡ ସରିବ । ତେଣୁ ଆଜି ରିମାଣ୍ଡର ଚତୁର୍ଥ କ୍ରାଇମ ସ୍ପଟ୍‌କୁ ନେଇ ବଳିଷ୍ଠ ପ୍ରମାଣ ଯୋଗାଡ଼ କରାଯାଇପାରେ। ଚାନ୍ଦବାଲି ପଳାଶପୁରର ଅପହରଣ ସ୍ଥାନ, ହତ୍ୟା କରାଯାଇଥିବା ଭୁବନେଶ୍ୱର ଦୟାଲ ଆଶ୍ରମ, ମୃତଦେହ ଫିଙ୍ଗା ଯାଇଥିବା ନୟାଗଡ଼ ରଣପୁରକୁ ନେଇ ସିନ୍‌ ରିକ୍ରିଏଶନ କରିବାକୁ ଯୋଜନା କରିଛି କ୍ରାଇମବ୍ରାଞ୍ଚ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?