ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ, ୨୨।୩ : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ବେଳେ ହାଇକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଏହି ମାମଲାରେ ସୋମବାର ପୂର୍ବତନ ଓଆଇଏସ ନିରଞ୍ଜନ ସେଠୀ ଓ ଅନ୍ୟ ଜଣେ ଅଭିଯୁକ୍ତକୁ ପୋଲିସ ଗିରଫ କରିଥିଲା। ନିରଞ୍ଜନ ଓ ଅନ୍ୟ ଅଭିଯୁକ୍ତଙ୍କୁ ଏବେ ଭଦ୍ରକ ପୋଲିସ ରିମାଣ୍ଡରେ ନେବ ନାହିଁ ବୋଲି ସ୍ଥିର କରିଛି। ମଙ୍ଗଳବାରଏନେଇ ଭଦ୍ରକ ଅତିରିକ୍ତ ଏସ୍‌ପି ଯତୀନ ପଣ୍ଡା କହିଛନ୍ତି। ସେ କହିଛନ୍ତି, ନିରଞ୍ଜନଙ୍କୁ ଏବେ ରିମାଣ୍ଡରେ ନେବାର ଯୋଜନା ନାହିଁ। ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଧରାପଡ଼ିବା ପରେ ଆବଶ୍ୟକ ହେଲେ ନିରଞ୍ଜନଙ୍କୁ ରିମାଣ୍ଡରେ ନିଆଯିବ। ତେବେ ଶର୍ମିଷ୍ଠା ଧରାପଡ଼ିବା ଯାଏ ତଦନ୍ତ ପ୍ରକ୍ରିୟା ଜାରି ରହିବ ବୋଲି ସେ କହିଛନ୍ତି। ଫେବୃଆରୀ ୨୩ରେ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଶର୍ମିଷ୍ଠା ଆବେଦନ କରିଥିଲେ। ଗତ ୧୬ରେ ଏହି ମାମଲାରେ ହାଇକୋର୍ଟ ଶୁଣାଣି କରି ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ବନ୍ଦ ହେବ ଉବେର-ରାପିଡୋ ବାଇକ୍‌ ସେବା! ଜାଣନ୍ତୁ କାରଣ

ଭୁବନେଶ୍ବର,୧୩।୧୧: ଓଡ଼ିଶାରେ ଉବେର ଓ ରାପିଡୋର ବାଇକ୍‌ ଟ୍ୟାକ୍ସି ସେବାକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଆପ୍‌ ଜରିଆରେ ଯାତ୍ରୀ ପରିବହନରେ ବ୍ୟବହୃତ ହେଉଥିବା ଘରୋଇ…

୨୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ଟିମ ସିଫର୍ଟ୍‌: ପାଓ୍ବାର୍‌ ପ୍ଲେରେ କଲେ ବଡ଼ କାରନାମା

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଚତୁର୍ଥ ଦିନିକିଆରେ କିୱି ଓପନର ଟିମ ସିଫର୍ଟଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ଟସ ହାରି ପ୍ରଥମେ…

ଟ୍ରମ୍ପଙ୍କ ବଡ଼ ଦାବି, କହିଲେ Nvidiaର ପୂର୍ବତନ ସିଇଓ ହୁଆଙ୍ଗ ମୋତେ ଫୋନ କରିଥିଲେ, ‘ସେ ଅତ୍ୟନ୍ତ କଷ୍ଟଦାୟକ ପରିସ୍ଥିତି ଦେଇ ଗତି କରୁଛନ୍ତି’

ଓ୍ବାଶିଂଟନ,୧୩।୧୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଜେନସେନ ହୁଆଙ୍ଗଙ୍କ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ଏକ ଘରୋଇ ନ୍ୟୁଜ ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି…

ଦୃଷ୍ଟି ଆଢୁଆଳରେ ତଳକିଳାବାଡ଼ି ଗାଁ: ଧାନ ଚାଷ ପାଇଁ ଜୀବନ ବାଜିରେ ୧୮ ପରିବାର

ଦାରିଙ୍ଗବାଡ଼ି, ୧୩।୧୧ (ଅରୁଣ ସାହୁ):ଚାରିପଟେ ପାହାଡ଼, ଘଞ୍ଚ ଜଙ୍ଗଲ, ନଦୀ ଓ ନାଳ। ଏହାରି ମଧ୍ୟରେ ରହିଛି ଏକ ଦୁର୍ଗମ ଗାଁ ତଳକିଳାବାଡ଼ି। ଯେଉଁଠି ବିକାଶର ଆଲୋକ…

ଭଦ୍ରକରେ ଭୟଙ୍କର ଦୁର୍ଘଟଣା; ଟ୍ରଲରକୁ ପିଟିଲା ପୋଲିସ ଗାଡ଼ି; ମୃୃତ୍ୟୁ ସଂଖ୍ୟା…

ବାସୁଦେବପୁର,୧୩।୧୧(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲାର ବାସୁଦେବପୁର, ଧାମରା ରାସ୍ତାର ବିରସ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗୁରୁବାର ବିଲମ୍ବିତ ରାତିରେ ପୋଲିସ ଗାଡ଼ି…

କ’ଣ ହେଲା! ପ୍ରଥମେ ରୋହିତ ଶର୍ମା, ପରେ ଈଶାନ କିଷନ… କ୍ରମାଗତ ଦୁଇଟି ବଲରେ ଦୁଇଟି କ୍ୟାଚ ଛାଡ଼ିଦେଲେ,ଏଥିପାଇଁ ଦେବାକୁ ପଡ଼ିବ…

ନୂଆଦିଲ୍ଲୀ,୧୩।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚତୁର୍ଥ ଦିନିକିଆ ମ୍ୟାଚ ‘ବେ ଓଭାଲ’ (Bay Oval) ଠାରେ ଖେଳାଯାଉଛି। ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ…

ଖଣି ଅଞ୍ଚଳ: ଜଳବାୟୁ ପରିବର୍ତ୍ତନର ନୂଆ ହଟ୍‌ସ୍ପଟ୍‌

ଖଣିଜ ସମ୍ପଦରେ ଭରପୂର ଯାଜପୁର ଜିଲା ଏବେ ଜଳବାୟୁ ପରିବର୍ତ୍ତନର ନୂଆ ହଟ୍‌ସ୍ପଟ୍‌ ପାଲଟିଛି। ଖଣି ଖନନ, ଜଙ୍ଗଲ କ୍ଷୟ, ପାହାଡ଼ କଟା, ଶିଳ୍ପ ପ୍ରଦୂଷଣ ଓ…

ଟେରାକୋଟା ପ୍ରେମରେ ପୋଲାଣ୍ଡ ମହିଳା: ଶିଖୁଛନ୍ତି ଏହି କଳା

ନୀଳଗିରି,୧୩।୧୧(ପ୍ରଶାନ୍ତ ବିଶ୍ୱାଳ):ଓଡ଼ିଶାର ମାଟି କଳାର ଆକର୍ଷଣ ଟାଣି ଆଣିଛି ବିଦେଶିନୀଙ୍କୁ। ପୋଲାଣ୍ଡ ମହିଳା ମାଗଡାଲେନା କାମିନସ୍କା ଏହି କଳା ଶିକ୍ଷା କରିବାକୁ ଚାଲି ଆସିଛନ୍ତି ବାଲେଶ୍ୱର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?