Posted inଫୁରସତ

ବିଦେଶ ଚାକିରି ଛାଡ଼ି ଚା’ ବିକୁଛନ୍ତି ଶର୍ମିଷ୍ଠା

ନୂଆଦିଲ୍ଲୀ:ପରିଶ୍ରମ ଅନୁସାରେ ପାରିଶ୍ରମିକ ନ ମିଳିବାରୁ ଯୁବପିଢ଼ି ଅନ୍ୟ ପାଖରେ ଚାକିରି କରିବା ଅପେକ୍ଷା ନିଜର ଏକ ଛୋଟ କାଟିବା ବ୍ୟବସାୟ ଆରମ୍ଭ କରିବା ଉଚିତ୍‌ ବୋଲି ଭାବୁଛନ୍ତି। ସମାନ ଘଟଣା ଦିଲ୍ଲୀ ଝିଅ ଶର୍ମିଷ୍ଠା ଘୋଷଙ୍କ କ୍ଷେତ୍ରରେ ଘଟିଛି। ବ୍ରିଟେନ୍‌ କାଉନ୍ସିଲରେ ଚାକିରି କରିଥିିବା ଶର୍ମିଷ୍ଠା ଏବେ ଜବ୍‌ ଛାଡ଼ି ଦିଲ୍ଲୀ କାଣ୍ଟର ଗୋପୀନାଥ ବଜାରରେ ଚା’ ଷ୍ଟଲ୍‌ ଖୋଲିଛନ୍ତି। ଶର୍ମିଷ୍ଠାଙ୍କ ବିଷୟରେ ଭାରତୀୟ ସେନାର ଅବସରପ୍ରାପ୍ତ ବ୍ରିଗେଡିୟର୍‌ ସଞ୍ଜ ଖାନ୍ନା ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିବା ପରେ ତାଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଜୋର୍‌ ଧରିଛି। ଇଂଲିଶରେ ଏମ୍‌ଏ କରିଥିବା ଶର୍ମିଷ୍ଠାଙ୍କୁ ଚାକିରି କରି ସେତେ ସନ୍ତୋଷ ପ୍ରାପ୍ତି ହେଉ ନ ଥିଲା, ଯାହା ଏବେ ଚା’ ଷ୍ଟଲରୁ ମିଳୁଛି। ଶର୍ମିଷ୍ଠାଙ୍କ ସହ ତାଙ୍କର ଆଉ ଜଣେ ବାନ୍ଧବୀ ଭାବନା ରାୟ ଏଥିରେ ତାଙ୍କୁ ସହଯୋଗ କରୁଛନ୍ତି। ଭାବନା ଲଫଥାନ୍ସା ଏୟାରଲାଇନ୍ସରେ କାମ କରନ୍ତି। ସନ୍ଧ୍ୟାବେଳେ ଦୁଇଜଣ ଏକାଠଇ ଆସି ଦୋକାନ ଖୋଲନ୍ତି। କେବଳ ଭଲ ଚାକିରି କରିବା ଲାଗି ଉଚ୍ଚଶିକ୍ଷା ଲାଭ କରିବା କଥା ଚିନ୍ତା କରିବା ଉଚିତ୍‌ ନୁହେଁ। ଏକ ଛୋଟ ଆରମ୍ଭରୁ ଅନେକ ବଡ଼ ଆକାଂକ୍ଷାକୁ ପୂରଣ କରାଯାଇପାରିବ ବୋଲି ଭାବନା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri