କଥକ ଶିଖୁଛନ୍ତି ଶରବରୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶରବରୀ ବାଘ ‘ବଣ୍ଟି ଔର ବବଲି ୨’ ମାଧ୍ୟମରେ ବଲିଉଡରେ ଡେବ୍ୟୁ କରିଥିଲେ । ଏବେ ସେ ଖୁବଶୀଘ୍ର ଆମିର ଖାଁଙ୍କ ପୁଅ ଜୁନୈଦଙ୍କ ଫିଲ୍ମ ‘ମହାରାଜା’ରେ ନଜର ଆସିବେ । ଏବେ ଏହି ଅଭିନେତ୍ରୀ କଥକ ଶିଖୁଥିବା କହିଛନ୍ତି । ଏକ ସାକ୍ଷାତ୍‌କାରରେ ସେ କାହିଁକି କଥକ ଶିଖୁଛନ୍ତି ତା’ର କାରଣ ବି ବର୍ଣ୍ଣନା କରିଛନ୍ତି । ଶରବରୀ କହିଛନ୍ତି ମାଧୁରୀ ଦିକ୍ଷିତ ହେଉଛନ୍ତି ତାଙ୍କ ପାଇଁ ପ୍ରେରଣା । ସେ ତାଙ୍କ କଥକ ନୃତ୍ୟକୁ ବେଶ ପସନ୍ଦ କରନ୍ତି । ଯେବେବି ସେ ମାଧୁରୀଙ୍କ ନୃତ୍ୟ ଦେଖନ୍ତି ସେତେବେଳେ ସେ ସଙ୍ଗେ ସଙ୍ଗେ ଗୁଗଲରେ କଥକ ଟିଚର ଖୋଜିବା ଆରମ୍ଭ କରି ଦିଅନ୍ତି । ତେବେ ଶରବରୀଙ୍କ ଇଚ୍ଛା ଅଛି ଦିନେ ନା ଦିନେ ସେ ମାଧୁରୀଙ୍କ ସହ କଥକ ନାଚିବେ । ଏହା ତାଙ୍କର ସ୍ୱପ୍ନ ବୋଲି ସେ କହିଛନ୍ତି । ତେବେ ଏମିତି ସେମିତି ନୁହେଁ ସେ ପରଫେକ୍ଟ କଥକ ଶିଖିବାକୁ ଇଚ୍ଛା ରଖିଛନ୍ତି । ଅଭିନେତ୍ରୀ କୁହନ୍ତି କଥକ ନାଚିଲେ ଶରୀରରେ ଭିନ୍ନ ପ୍ରକାରର ଆଭା ଓ ଲୟ ଆସିଥାଏ । ମୋର କଥକ ଶିଖିବା ଅର୍ଥ ମାଧୁରୀ ମ୍ୟାଡାମଙ୍କ ପ୍ରତି ଏକ ଭଲପାଇବା ବୋଲି ସେ କହିଛନ୍ତି । ମୁଁ ତାଙ୍କ ଦ୍ୱାରା ଯଥେଷ୍ଟ ପ୍ରଭାବିତ ହୋଇଥିବାରୁ ମୋତେ କଥକ ପ୍ରତି ଭିନ୍ନ ଆପର୍ଷଣ ରହିଥିବା ଶରବରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri