ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ ଶଶୀ ସାହୁ ବିଜୁ ଜନତା ଦଳରେ ସାମିଲ ହୋଇଥିବା ବେଳେ ତାଙ୍କ ପତ୍ନୀ ସୁଭାଷିନୀ ସାହୁଙ୍କୁ ଟିକେଟ ମିଳିଥିଲା ।
ଯଦି ଦେଖାଯାଏ ଦୀର୍ଘଦିନ ହେଲା ବାଲେଶ୍ବର ବିଜେଡିରେ କନ୍ଦଳ ଲାଗି ରହିଛି । ଶଶୀ ସାହୁ ଏବଂ ଜ୍ୟୋତି ପ୍ରକାଶ ସାହୁଙ୍କ ମଧ୍ୟରେ କନ୍ଦଳ ଖବର ସାମ୍ନାକୁ ଆସିଥିଲା । ଏହି କାରଣରୁ ଜିଲା ସଭାପତି ଚୟନ ହୋଇପାରୁନଥିବା ଚର୍ଚ୍ଚା ହୋଇଥିଲା ।
କହିରଖୁଛୁ କି, ପୂର୍ବରୁ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ସସପେଣ୍ଡ କରିଥିଲା ବିଜେଡି । ଉଭୟଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ସସପେଣ୍ଡ କରାଯାଇଥିବା ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିଲେ ।