Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଚିନ୍ତା କରୁଛନ୍ତି ଥରୁର, ଖୁବଶୀଘ୍ର ନେଇ ପାରନ୍ତି ନିଷ୍ପତ୍ତି

ନୂଆଦିଲ୍ଲୀ,୩୦ ।୮: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏବେ ସମସ୍ତଙ୍କ ନଜର ଜି-୨୩ ନେତାଙ୍କ ଉପରେ । ସମସ୍ତଙ୍କ ମନରେ ପ୍ରଶ୍ନ କ’ଣ ପୁଣିଥରେ ବା ତୃତୀୟ ଥର କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ମୁକାବିଲା ହେବ । ସୂଚନାଯୋଗ୍ୟ, ଗତ ୩ ଦଶକ ମଧ୍ୟରେ ୨ଥର କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହୋଇଥିଲା । କୁହାଯାଉଛି କି ଯଦି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ହେବାକୁ ଅମଙ୍ଗ ହୁଅନ୍ତି ତେବେ ଜି-୨୩ର କେହି ନେତା ଏହି ପଦ ପାଇଁ ନିର୍ବାଚନ ଲଢି ପାରନ୍ତି । ତେବେ ଏହି ରେସରେ ଶଶି ଥରୁର, ମନିଷ ତିୱାରୀ ଅବା ପୃଥ୍ୱିବରାଜ ଚୌହାନ ମଇଦାନକୁ ଆସିପାରନ୍ତି ।

ଏହାରି ଭିତରେ ମିଳିଥିବା ସୂଚନା ଅନୁଯାୟୀ, କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢିବାକୁ ସମ୍ଭାବନା ଖୋଜୁଛନ୍ତି । ହେଲେ ଏ ନେଇ ଅନ୍ତିମ ନିଷ୍ପତ୍ତି ନେଇ ନାହାନ୍ତି । ମଳିଥିବା ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ଥରୁର ଏବେ ଏଥିପାଇଁ ମନ ବଳାଇ ନାହାନ୍ତି, ହେଲେ ଏ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ନେଇ ପାରନ୍ତି ।
ଏ ସମ୍ପର୍କରେ କିଛି ଟିପ୍ପଣି ଦେବାକୁ ମନା କରି ଦେଇଛନ୍ତି ଥରୁର । ସେ ମଲାୟାଲମର ଦୈନିକ ଖବରକାଗଜ ମାତୃଭୂମୀରେ ଏକ ଲେଖା ଲେଖିଛନ୍ତି, ଯେଉଁଥିରେ ସେ ସ୍ୱତନ୍ତ୍ର ଓ ନିରପେକ୍ଷ ନିର୍ବାଚନ ପାଇଁ ଆହ୍ୱାନ କରିଛନ୍ତି । ଏହାସହ ଏହି ଲେଖାରେ ସେ କଂଗ୍ରେସ କାର୍ଯ୍ୟ ସମିତି(ସିଡବ୍ଲୁସି)ର ଡଜନ ଆସନ ପାଇଁ ଦଳ ନିର୍ବାଚନ ଘୋଷଣା କରିବା ଦରକାର ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri