NEET PGରେ ଶାଶ୍ୱତ, UGରେ ଶିବାନୀଙ୍କ ବାଜିମାତ୍‌: ଅଞ୍ଚଳରେ ଖେଳିଗଲା ଖୁସି

ଭଞ୍ଜନଗର,୨୨।୮(ବାବୁଲା ପ୍ରଧାନ):NEET PG ଏବଂ UG ପରୀକ୍ଷା ଫଳ ଇତିମଧ୍ୟରେ ପ୍ରକାଶିତ ହୋଇଛି। ଏନଇଇଟିପିଜିରେ ଭଞ୍ଜନଗର ବାଇପାସ ରୋଡ ବାସିନ୍ଦା ଡ. ଶାଶ୍ବତ ରଥ ସର୍ବଭାରତୀୟ ସ୍ତରରେ ୧୯୪ ରାଙ୍କ ରଖିଛନ୍ତି। ସେ ହେଉଛନ୍ତି ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ମୁଖ୍ୟ କିରାଣୀ ଦାମୋଦର ରଥ ଏବଂ ମାତା ସାରଦା କୁମାରୀ ଦାସଙ୍କ ପୁତ୍ର ଅଟନ୍ତି। ଶାଶ୍ୱତଙ୍କ ଏହି ସଫଳତାରେ ପରିବାର ଲୋକ, ସାଙ୍ଗସାଥି ଏବଂ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ତାଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛା ଆସୁଛି। ଶାଶ୍ବତ ପୂର୍ବରୁ କଟକ ଏସସିବି ମେଡିକାଲ କଲେଜରେ ଏମବିବିଏସ କରିଥିଲେ। ଗତବର୍ଷ ସେ ଗୋଲ୍ଡ ମ୍ୟାଡଲ ପାଇଥିଲେ। ସେ ଜଣେ ମେଧାବୀ ଛାତ୍ର। ପରୀକ୍ଷା ଫଳ ପ୍ରକାଶିତ ପରେ ଦେଶର ପ୍ରଥମ ବଡ ମେଡିକାଲ କଲେଜ ଦିଲ୍ଲୀରେ ନାମ ଲେଖାଇବା ସୁଯୋଗ ପାଇବେ।

ସେହିଭଳି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଝାଡ଼ାଭୂମି ଗ୍ରାମ ନିକଟ କାଳଞ୍ଜି ନୂଆପଲି ଗ୍ରାମର ଶିବାନୀ ବିଷୋୟୀ ନିଟ ୟୁଜି ପ୍ରବେଶିକାରେ ୧୫୭ ରାଙ୍କ ରଖିଛନ୍ତି । ତେଣୁ ସେ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଏମ୍‌ବିବିଏସ ନାମ ଲେଖା ପାଇଁ ମନୋନୀତ ହୋଇଛନ୍ତି। ଶିବାନୀ ମଧ୍ୟବିତ୍ତ ପରିବାରର। ତାଙ୍କ ବାପା ଜଣେ ଚାଷୀ ଏବଂ ମାଆ ଜଣେ ଗୃହିଣୀ। ଶିବାନୀ କଠିନ ପରିଶ୍ରମ କରି ଆଜି ଏହି ସଫଳତା ପାଇଛନ୍ତି। ସେ ଝାଡଭୂମି ହାଇସ୍କୁଲରୁ ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେବା ପରେ ଜଗନ୍ନାଥପ୍ରସାଦ ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟରୁ +୨ ପଢ଼ିଥିଲେ । ଯୁକ୍ତ ୨ ପାସ ହେବାପରେ ନିଟ ପ୍ରବେଶିକା ପରୀକ୍ଷା ଦେଇଥିଲେ। ଶିବାନୀଙ୍କ ଏହି ସଫଳତା ପାଇଁ ଅଞ୍ଚଳବାସୀ ଗର୍ବ ଅନୁଭବ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri