Posted inଜାତୀୟ

ଲାଲୁ ଯାଦବଙ୍କୁ ‘ପାରିବାରିକ ବନ୍ଧୁ’ କହିଲେ ଶତ୍ରୁଘ୍ନ ସିହ୍ନା

ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୭ ଜିଲାରେ ୯୪ ଆସନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନ ପାଇଁ ମୋଟ ୧୪୬୩ ପ୍ରାର୍ଥୀ ମୈଦାନକୁ ଓହ୍ଲାଇଛନ୍ତି। ଏହି ପର୍ଯ୍ୟାୟ ନିର୍ବାଚନରେ ଅଭିନେତା-ରାଜନେତା ଶତ୍ରୁଘ୍ନ ସିହ୍ନାଙ୍କ ପୁଅ ଲଭ ସିହ୍ନାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ପାଟନାରେ ବାଙ୍କିପୁର ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ଲଭ ସିହ୍ନା ନିର୍ବାଚନ ଲଢୁଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ଆରଜେଡି ନେତା ତେଜସ୍ବୀ ଯାଦବ। ତାଙ୍କ ବଡ ଭାଇ ତେଜ ପ୍ରତାପ ଯାଦବଙ୍କ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟରେ ଭାଗ୍ୟ ପରୀକ୍ଷା ହେବ। ଏହି ଅବସରରେ ଶତ୍ରୁଘ୍ନ ସିହ୍ନା ଲାଲୁ ଯାଦବ ଏବଂ ତାଙ୍କ ପୁଅ ତେଜସ୍ବୀ ଯାଦବଙ୍କୁ ପ୍ରଶଂସା କରିଛନ୍ତି। ସେ ଲାଲୁ ଯାଦବଙ୍କୁ ‘ପାରିବାରିକ ବନ୍ଧୁ’ ଏବଂ ଲଭ୍‌ ସିହ୍ନାଙ୍କୁ ‘ବିହାରର ପୁତ୍ର’ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ନିର୍ବାଚନ ୩ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି। ଗତ ୨୮ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri