Posted inଖେଳ

ସନ୍ନ୍ୟାସ ଘୋଷଣା କଲେ ଏହି ଅଷ୍ଟ୍ରେଲୀୟ କ୍ରିକେଟର, ମଦ-ପାର୍ଟିକୁ ନେଇ ଲଗାତାର ଭାବେ ହେଉଥିଲେ ବ୍ୟାନ୍‌

ନୂଆଦିଲ୍ଲୀ,୧୪।୧: ସମସ୍ତ ବୃତ୍ତିଗତ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ଅଷ୍ଟ୍ରେଲିୟ କ୍ରିକେଟର ଶନ୍‌ ମାର୍ଶ। ୨୦୦୮ରେ ସେ ଦଳ ପକ୍ଷରୁ ଡେବ୍ୟୁ କରିଥିଲେ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ରେ ସେ ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ। ଆଇପିଏଲ୍‌ରେ ଭଲ ପ୍ରଦର୍ଶନ ଆଧାରରେ ତାଙ୍କୁ ଏହି ସୁଯୋଗ ମିଳିଥିଲା। ୨୦୧୯ରେ ଅଷ୍ଟ୍ରେଲିଆ ପାଇଁ ତାଙ୍କର ଅନ୍ତିମ ମ୍ୟାଚ୍‌ ଖେଳିଥିଲେ। ଏହା ଏକ ଦିନିକିଆ ମୁକାବିଲା ଥିଲା।

ମାର୍ଶ ତାଙ୍କର ୧୧ ବର୍ଷର କ୍ୟାରିୟରରେ ମୋଟ ୩୮ ଟେଷ୍ଟ, ୭୩ ଦିନିକିଆ ଏବଂ ୧୫ ଟି୨୦ ମ୍ୟାଚ୍‌ ଖେଳିଥିଲେ। ଏଥିରେ ଯଥାକ୍ରମେ ସେ ୨୨୬୫ ରନ୍‌, ୨୭୭୩ ରନ୍‌ ଏବଂ ୨୫୫ ରନ୍‌ ସ୍କୋର କରିଥିଲେ। ଟେଷ୍ଟରେ ସେ ୬ ଏବଂ ଦିନିକିଆରେ ୭ ଶତକ ହାସଲ କରିଛନ୍ତି।

ଗୋଟିଏ ପଟେ ଶନ୍‌ ଜଣେ ଦକ୍ଷ କ୍ରିକେଟର ଥିଲେ। ହେଲେ ସେ କିଛି ଅନୈତିକ କାର୍ଯ୍ୟ କରୁଥିଲେ। ଅଷ୍ଟ୍ରେଲିଆ ଦଳରେ ଯୋଗ ଦେବା ପୂର୍ବରୁ ତାଙ୍କୁ ୨ ମ୍ୟାଚ୍‌ ଲାଗି ବ୍ୟାନ୍‌ କରାଯାଇଥିଲା। କାରଣ ସେ ଅତ୍ୟଧିକ ମଦ୍ୟପାନ କରିଥିଲେ। ୨୦୦୭ର ଏହି ଘଟଣା ପରେ ୨୦୧୨ରେ ସେ ଦକ୍ଷିଣ ଆଫ୍ରିକାରେ ଖେଳାଯାଇଥିବା ଚାମ୍ପିଅନ୍ସ ଲିଗ୍‌ ଟି୨୦ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରୁ ସେ ଓହରି ଯାଇଥିଲେ। କାରଣ ସେ ସାନଭାଇ ମିଚେଲ ମାର୍ଶଙ୍କ ୨୧ତମ ଜନ୍ମଦିନରେ ସାରାରାତି ପାର୍ଟି କରୁଥିଲେ।

ଶନ୍‌ ମାର୍ଶ ହେଉଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜିଓଫ ମାର୍ଶଙ୍କ ବଡ ପୁଅ। ତାଙ୍କ ସାନଭାଇ ମିଚେଲ ମାର୍ଶ ବର୍ତ୍ତମାନର ଅଷ୍ଟ୍ରେଲିଆ ଦଳରେ ଏକ ଗୁରୁତ୍ୱପୂର୍ଣ୍ଣ କ୍ରିକେଟର ଅଛନ୍ତି। ଶନ୍‌ଙ୍କ ପତ୍ନୀ ରେବିକା ମାର୍ଶ ଚ୍ୟାନେଲ ୭ ର ଜଣେ ସାମ୍ବାଦିକ। ଶନ୍‌ଙ୍କର ୩ ସନ୍ତାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri