Posted inଖେଳ

ବୋଲରଙ୍କ ନିଦ ହଜାଇ ଦେଲେ ପୃଥ୍ବୀ

ଅହମ୍ମଦାବାଦ୍‌,୨୯।୪ : ସାମ୍ନାରେ ଥିଲା ୧୫୫ ରନ୍‌ର ଚ୍ୟାଲେଞ୍ଜିଂ ବିଜୟ ଲକ୍ଷ୍ୟ। କିନ୍ତୁ ଏହାକୁ ଅତି ସାଧାରଣ ଟାର୍ଗେଟରେ ପରିଣତ କରି ଦେଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ ଓପନର ପୃଥ୍ବୀ ଶ’ଙ୍କ ଆଟାକିଂ ବ୍ୟାଟିଂ। ସେ ପ୍ରଥମ ଓଭରରେ ଶିଭମ ମାଭିଙ୍କୁ ଲଗାଇଥିଲେ କ୍ରମାଗତ ୬ ଚୌକା। ହଜାଇ ଦେଲେ ବୋଲରଙ୍କ ନିଦ। ମାତ୍ର ୧୮ଟି ବଲରେ ଅର୍ଦ୍ଧଶତକ ପୂରଣ କରିଥିଲେ। ଚଳିତ ଆଇପିଏଲରେ ଏହା ଥିଲା ଯେ କୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ ଦ୍ରୁତତମ ଅର୍ଦ୍ଧଶତକ। ପାଟ କୁମିନ୍ସଙ୍କ ଦ୍ୱାରା ଆଉଟ୍‌ ହେବା ପୂର୍ବରୁ ଶ’ ୪୧ ବଲରେ ୨୦୦ ଷ୍ଟ୍ରାଇକରେଟ୍‌ରେ ଖେଳିଥିଲେ ୮୨ (୧୧ ଚୌକା ଓ ୩ ଛକା) ରନ୍‌ର ପାଳି। ଫଳରେ ଦିଲ୍ଲୀ ୧୬.୩ ଓଭରରେ ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ପୃଥ୍ବୀଙ୍କ ଛଡ଼ା ଶିଖର ଧାଓ୍ବନ ୪୬ ଓ ଅଧିନାୟକ ରିଷଭ ପନ୍ତ ୧୬ ରନ୍‌ କରିଥିଲେ। କେକେଆର୍‌ର ଏକମାତ୍ର ସଫଳ ବୋଲର ଭାବେ କୁମିନ୍ସ ହାତେଇଥିଲେ ୩ ଉଇକେଟ।

ପ୍ରଥମେ ବ୍ୟାଟିଂ କରିଥିବା କେକେଆର କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇବାରୁ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ଶେଷ ଆଡ଼କୁ ଆନ୍ଧ୍ରେ ରସେଲଙ୍କ ବିସ୍ଫୋରକ ୪୫ (୪ ଚୌକା ଓ ୨ ଛକା) ରନ୍‌ର ଇନିଂସ ଯୋଗୁ କେକେଆର୍‌ ୬ ଉଇକେଟ ହରାଇ ୧୫୪ ରନ୍‌ କରିପାରିଥିଲା। ଅନ୍ୟମାନଙ୍କ ମଧ୍ୟରେ ଶୁବମାନ ଗିଲ୍‌ ୪୩ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri