ବରଯାତ୍ରୀ ହୋଇ ଆସିଥିଲେ, ଫେରିବା ବାଟରେ ଚାଲିଗଲା ଜୀବନ

ବାହାନଗା,୨୬ା୨(ଅରୂପ୍‌ କୁମାର ଦାସ): ବରଯାତ୍ରୀ ହୋଇ କନ୍ୟାଘରକୁ ଆସିଥିଲେ। ମାତ୍ର ଫେରିବା ବେଳକୁ ବାଟରେ ଦେହ ଅସୁସ୍ଥ ହେବାରୁ ମେଡିକାଲ ନେବା ବାଟରେ ମୃତ୍ୟୁ ହୋଇଗଲା। ଏଭଳି ଦୁଃଖଦ ଘଟଣା ଘଟିଛି ଖନ୍ତାପଡା ଥାନା ଇଞ୍ଚୁଡି ଗ୍ରାମରେ।
ବାଲେଶ୍ୱର ସଦର ଥାନା ଦାମୋଦରପୁର ଗ୍ରାମର ବାଟିବାୟା ତରେଇଙ୍କ ପୁଅ ନିକନ୍ତ ତରେଇ(୩୮) ସମ୍ପର୍କୀୟଙ୍କ ବାହାଘରରେ ବରଯାତ୍ରୀ ହୋଇ ଖନ୍ତାପଡା ଥାନା ଇଞ୍ଚୁଡି ଗ୍ରାମକୁ ଆସିଥିଲେ ା ଝିଅ ଘରୁ ଖାଇପିଇ ଫେରିବା ବେଳେ ଇଞ୍ଚୁଡି ଗଁାମୁଣ୍ଡରେ ନିକନ୍ତ ଅସୁସ୍ଥ ହୋଇପଡିବାରୁ ତୁରନ୍ତ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ନେଇଯାଇଥିଲା। ହେଲେ ମେଡିକାଲରେ ପହଞ୍ଚିବା ବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପୋଲିସ୍‌ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରିଥିଲା। ଏନେଇ ଖନ୍ତାପଡା ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ. ୭/୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri