ବଡ଼ ଯା’ liver ଦେଇ ବି ବଞ୍ଚିଲେନି ସାନ, ଅସ୍ତ୍ରୋପଚାର ସମୟରେ ଡାକ୍ତର କାଟି ଦେଇଥିଲେ…

ସମ୍ବଲପୁର,୨୨ା୨(ପ୍ରମୋଦ ବହିଦାର): ଲିଭର ବା ଯକୃତ ପ୍ରତିରୋପଣ ସତ୍ତ୍ବେ ଜୀବିତ ରହି ପାରିଲେ ନାହିଁ ମହିଳା। ଶୁକ୍ରବାର ରାତିରେ ଡାକ୍ତରଙ୍କ ବହୁ ଚେଷ୍ଟା ସତ୍ତ୍ବେ ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ସମ୍ବଲପୁର ଜିଲା ଝାଙ୍କରପାଲିର ମହାଦେବ ପ୍ରଧାନଙ୍କ ଧର୍ମପତ୍ନୀ ଉମାକାନ୍ତିଙ୍କ ଲିଭର ଖରାପ ହୋଇଯିବାରୁ ତାଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଥିଲା। ତେବେ ତାଙ୍କୁ ବଞ୍ଚାଇ ରଖିବା ପାଇଁ ଲିଭର ପ୍ରତିରୋପଣ ହିଁ ଏକମାତ୍ର ବିକଳ୍ପ ବୋଲି ତାଙ୍କୁ ଚିକତ୍ସା କରୁଥିବା ଡାକ୍ତର କହିଥିଲେ। ପରିବାର ପକ୍ଷରୁ ମହିଳାଙ୍କ ପାଇଁ ଲିଭର ଦାତାଙ୍କ ଖୋଜା ଚାଲିଲା। ତାଙ୍କ ସ୍ବାମୀ ମହାଦେବଙ୍କ ରକ୍ତ ବର୍ଗ ଉମାକାନ୍ତିଙ୍କ ରକ୍ତବର୍ଗ ସହ ମେଳ ଖାଇ ନ ଥିଲା। ଫଳରେ ଯକୃତ ଦାନ ପାଇଁ ତାଙ୍କ ବଡ଼ ଯା’ ପ୍ରତିମା ଆଗେଇ ଆସିଲେ। ଏହାବାଦ ଗତ ଫେବୃଆରୀ ୬ରେ ହାଇଦ୍ରାବାଦରେ ଅସ୍ତ୍ରୋପଚାର କରାଯାଇ ବଡ଼ ଯା’ଙ୍କ ଲିଭର ଖଣ୍ଡକୁ ସାନ ଯା’ଙ୍କ ଶରୀରରେ ପ୍ରତିରୋପଣ କରାଯାଇଥିଲା। ଲିଭର ଦାନ ପରେ ଫେବୃଆରୀ ୯ରେ ବଡ଼ ଯା’ ପ୍ରତିମା ଆଇସିୟୁରୁ ବାହାରି ଥିଲେ। ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ଭଲ ଥିଲା। ତେବେ କିଛିଦିନ ସୁସ୍ଥ ରହିବା ପରେ ଅସୁସ୍ଥ ହେବାରୁ ପୁଣି ତାଙ୍କୁ ହାଇଦ୍ରାବାଦର ଉକ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି।
ପ୍ରକାଶ ଯେ, ପିତ୍ତକୋଷରେ ଷ୍ଟୋନ୍‌ ହୋଇଥିବାରୁ ଉମାକାନ୍ତିଙ୍କ ଅସ୍ତ୍ରୋପଚାର କରାଯାଇ ପିତ୍ତକୋଷକୁ ଶରୀରରୁ ଅପସାରଣ କରାଯାଇଥିଲା। ଏହି ସମୟରେ ପିତ୍ତନଳୀକୁ ଡାକ୍ତର କାଟି ଦେଇଥିବା ଜଣାପଡ଼ିଛି। ଏହି ଘଟଣାର ୪ ବର୍ଷ ପରେ ଅର୍ଥାତ୍‌ ୨୦୨୪ ଡିସେମ୍ବର ୫ରେ ତାଙ୍କ ଲିଭର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

Sunetra Pawar: NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ ସୁନେତ୍ରା, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri