କ୍ୟାନସରକୁ ଡରୁଥିଲେ ମହିଳା, ପୁଅକୁ ବାଥ୍‌ଟବରେ ବୁଡ଼ାଇ ମାରି ଶେଷରେ ନିଜେ କଲେ ଆତ୍ମହତ୍ୟା

ସେଣ୍ଟ ପିଟରସବର୍ଗ,୧୭ା୧୨: ଏହି ମାତ୍ର କିଛି ସମୟ ପୂର୍ବରୁ ଗୁରୁବାର ଲଣ୍ଡନରେ ଜଣେ ମହିଳା ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। କାରଣ ମହିଳା ଜଣକ କ୍ୟାନସରରେ ପୀଡ଼ିତ ଥିବାରୁ ତାଙ୍କର ଅପରେଶନ ହୋଇଥିଲା। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁ ନ ଥିଲା। ଫଳରେ ଯନ୍ତ୍ରଣା ସହି ନ ପାରି ସେ ବାଥ୍‌ଟବ୍‌ରେ ନିଜ ୭ ବର୍ଷର ପୁଅକୁ ବୁଡ଼ାଇ ମାରିବା ପରେ ନିଜେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

ରୁଷିଆରେ ଜନ୍ମିତ ୟୁଲିଆ କ୍ୟାନସରକୁ ଏତେ ଡରୁଥିଲେ ଯେ, ସେ ନିଜ ଜୀବନ ନେବାକୁ ନିଷ୍ପତ୍ତି ନେଇଥିଲେ। ୟୁଲିଆଙ୍କ ମା’ କହିଛନ୍ତି, ବିବାହ ପୂର୍ବରୁ ସେ ବହୁତ ଖୁସି ଏବଂ ସୁସ୍ଥ ଥିଲେ। କିନ୍ତୁ ବିବାହ ପରେ ତାଙ୍କର ବହୁତ ଟେନସନ ଥିଲା ଏବଂ ଅସୁସ୍ଥତା ଏହି ଚାପକୁ ଆହୁରି ବଢ଼ାଇ ଦେଇଥିଲା।

ୟୁଲିଆଙ୍କୁ ଦେଖି ଡାକ୍ତରମାନେ କହିଥିଲେ ଯେ, ତାଙ୍କର ୩ ପ୍ରତିଶତ ବଞ୍ଚିବାର ସୁଯୋଗ ଅଛି। ସେ ଜାଣିଥିଲେ ଦିନେ ସେ କ୍ୟାନସରରେ ମରିବେ। ତେଣୁ ସେ ମରିବାକୁ ବହୁତ ଭୟ କରୁଥିଲେ। ତାଙ୍କ ଅବସ୍ଥା ଏତେ ଖରାପ ହୋଇଯାଇଥିଲା ଯେ ସେ ନିଜ ଜୀବନ ନେବାକୁ ସ୍ଥିର କରି ନେଇଥିଲେ। ୟୁଲିଆ କିଛି ଦିନ ପୂର୍ବରୁ ସ୍ତନ କର୍କଟ ଅସ୍ତ୍ରୋପଚାର କରାଇଥିଲେ। ଅନ୍ୟପକ୍ଷରେ ୟୁଲିଆଙ୍କ ବୈବାହିକ ଜୀବନ ଭଲରେ କଟୁ ନ ଥିଲା। ସବୁଆଡ଼ ଚାପଗ୍ରସ୍ତ ହୋଇ ସେ ଏପରି ପନ୍ଥାକୁ ଆପଣାଇଥିବା ତାଙ୍କ ପରିବାର ଲୋକେ କୁହନ୍ତି। ତେବେ ଆତ୍ମହତ୍ୟା ଏବଂ ହତ୍ୟାକୁ ନେଇ ପୋଲିସ ସବୁ ଦିଗରୁ ଖୋଳତାଡ଼ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?