Posted inଫୁରସତ

ଏଚ୍‌ଆଇଭି ସଂକ୍ରମିତ ପ୍ରେମିକଙ୍କ ରକ୍ତକୁ ଦେହରେ ଇନ୍‌ଜେକ୍ଟ କଲେ

ଦିଶପୁର: ପ୍ରେମିକ, ପ୍ରେମିକାମାନେ ନିଜ ଭଲପାଇବାର ପ୍ରମାଣ ଦେବାକୁ ଯାଇ ଅନେକ ସମୟରେ ବିଭିନ୍ନ ପ୍ରକାର ଅଜବ ଘଟଣା ସବୁ ଘଟାଇବାର ନଜିର ରହିଛି। ସେହିପରି ପ୍ରେମିକ ନିକଟରେ ନିଜ ପ୍ରେମକୁ ପ୍ରମାଣିତ କରିବାକୁ ଯାଇ ଆସାମର ଜଣେ ୧୫ ବର୍ଷୀୟା ଯୁବତୀ ଏକ ଅଜବ କାଣ୍ଡ ଘଟାଇଛନ୍ତି। ଯୁବତୀଙ୍କ ଘର ଆସାମ ସଉଲକୁଚି ଜିଲାରେ। ବଏଫ୍ରେଣ୍ଡ ଏଚ୍‌ଆଇଭି ସଂକ୍ରମିତ ହୋଇଥିବାବେଳେ ତାଙ୍କ ସଂକ୍ରମିତ ରକ୍ତକୁ ସିରିଞ୍ଜ ସାହାଯ୍ୟରେ ଯୁବତୀ ଜଣକ ନିଜ ଦେହରେ ଇନ୍‌ଜେକ୍ଟ କରିଛନ୍ତି। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବାବେଳେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖିଛି। ଯୁବତୀଙ୍କୁ ଡାକ୍ତରଖାନାରେ ଅବ୍‌ଜରଭେସନ୍‌ରେ ରଖାଯାଇଛି। ଯୁବତୀଙ୍କ ପରିବାର ପ୍ରେମିକଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି।
ଫେସ୍‌ବୁକ୍‌ ଜରିଆରେ ଦୁହିଁଙ୍କ ପ୍ରେମ। ସମ୍ପର୍କକୁ ୩ ବର୍ଷ ବିତିଯାଇଥିବାବେଳେ ଦୁହିଁଙ୍କ ପ୍ରେମ ଯେତେ ପୁରୁଣା ହୋଇଥିଲା ସେମାନଙ୍କ ସମ୍ପର୍କ ସେତେ ନିବିଡ଼ ହେବାରେ ଲାଗିଥିଲା। ଯୁବତୀ ଜଣକ ଅନେକଥର ପ୍ରେମିକ ସହ ଘରଛାଡ଼ି ଚାଲିଯିବା ପାଇଁ ଉଦ୍ୟମ କରିଥିଲେ। କିନ୍ତୁ ପରିବାର ଲୋକେ ତାଙ୍କର ଏ ଯୋଜନାକୁ ସଫଳ ହେବାକୁ ଦେଇ ନ ଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳ ବ୍ୟତୀତ ସୋସିଆଲ ମିଡିଆରେ ଟ୍ରେଣ୍ଡ ପାଲଟିଛି। ୟୁଜରମାନେ ଯୁବତୀଙ୍କ ପାଗଳାମୀକୁ ନେଇ ମିମ୍‌ ତିଆରି କରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri